ବିଜେଡିରୁ ପ୍ରାର୍ଥୀ ପାଇଁ ତିହିଡ଼ିରୁ ଅଧିକ ଆଶାୟୀ

ତିହିଡ଼ି,୨୩।୨ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀ ଧାମନଗର ବ୍ଲକ ଓ ତିହିଡ଼ି ବ୍ଲକର ୧୨ଟି ଗ୍ରାମ ପଞ୍ଚାୟତକୁ ନେଇ ଗଠିତ। ଏଠାରୁ ବିଧାୟକ ପ୍ରାର୍ଥୀ ହେବା ପାଇଁ ବିଜେଡି ପକ୍ଷରୁ ତିହିଡ଼ି ବ୍ଲକରୁ ଅଧିକ ଆଶାୟୀ ରହୁଥିବା ଜଣାପଡ଼ିଛି। ଗତ ଉପନିର୍ବାଚନରେ ବିଜେଡିରୁ ତିହିଡ଼ି ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସ ପ୍ରାର୍ଥୀ ହୋଇ ପରାଜିତ ହୋଇଥିଲେ। ୨୦୨୪ ସାଧାରଣ ନିର୍ବାଚନରେ ଧାମନଗର ସଂରକ୍ଷିତ ଆସନ ଟିକେଟ ପାଇବା ପାଇଁ ନୂଆ ଚେହେରା ଲବିରେ ଅଛନ୍ତି। ଗତ ଉପନିର୍ବାଚନରେ ଡା. ସଞ୍ଜୟ କୁମାର ଦାସ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଥିଲେ ମଧ୍ୟ ତାଙ୍କୁ ଟିକେଟ୍‌ ମିଳି ନ ଥିଲା। ଆସନ୍ତା ସାଧାରଣ ନିର୍ବାଚନରେ ସେ ପ୍ରାର୍ଥୀ ହେବା ପାଇଁ ଆଶାୟୀ ଥିବାରୁ ଚାକିରିରୁ ଇସ୍ତଫା ଦେଇ ସାରିଛନ୍ତି। ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ସ୍ବାସ୍ଥ୍ୟମେଳା କରି ଲୋକଙ୍କ ପ୍ରିୟଭାଜନ ହେବାକୁ ସେ ଉଦ୍ୟମ ଚଳାଇଛନ୍ତି। ଦଳ ପକ୍ଷରୁ ତାଙ୍କୁ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଜିଲା ସଂଯୋଜକ ଦାୟିତ୍ୱ ଦିଆଯାଇଛି।
ସେହିପରି ତିହିଡ଼ି ବ୍ଲକର ଭାଟପଡ଼ା ପଞ୍ଚାୟତର ସାମାଜିକ କର୍ମୀ ଉଚ୍ଚଶିକ୍ଷିତ ଯୁବକ ପ୍ରିୟବ୍ରତ ସେଠୀ ବିଜେଡିରୁ ଟିକେଟ ପାଇବା ନେଇ ଆଶାୟୀ ଅଛନ୍ତି। ୧୯୯୫ରେ ଧାମନଗର ନିର୍ବାଚନମଣ୍ଡଳୀ ଅଧୀନ ଶହୀଦନଗର କଲେଜରେ ପଢୁଥିବା ବେଳେ ସେ ରାଜନୈତିକ ଜୀବନ ଆରମ୍ଭ କରିଥିଲେ। ଭାଟପଡ଼ା ପଞ୍ଚାୟତର ସମିତିସଭ୍ୟ ଭାବେ ସେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଦଳୀୟ ପ୍ରାର୍ଥୀ କରାଗଲେ ଭୋଟରମାନେ ତାଙ୍କୁ ସମର୍ଥନ କରିବେ ବୋଲି ଦାବି କରି ସେ ଟିକେଟ ଲବିରେ ଅଛନ୍ତି। ସେହିପରି ଏହି ବ୍ଲକର କଁାପଡ଼ା ପଞ୍ଚାୟତର ରାଜ୍ୟ ବିଜୁ ମହିଳା ଜନତା ଦଳର ଉପସଭାନେତ୍ରୀ ଦେବକୀ ଦାସ ମଧ୍ୟ ବିଜେଡିରୁ ଟିକେଟ ପାଇଁ ଆଶାୟୀ। ଦେବକୀ ୧୯୯୨ରେ ସମିତିସଭ୍ୟା, ୧୯୯୭ରେ ତିହିଡ଼ି ବ୍ଲକ ଉପାଧ୍ୟକ୍ଷା ଓ ୨୦୦୭ରେ ଜିଲା ପରିଷଦ ସଭ୍ୟା ଭାବେ ନିର୍ବାଚିତ ହୋଇଥିଲେ। ସେ ରାଜ୍ୟ ସମାଜ ମଙ୍ଗଳ ବୋର୍ଡ ସଦସ୍ୟା ଓ ଜନତା ଦଳର ଜିଲା ମହିଳା ସଭାନେତ୍ରୀ ଭାବେ କାର୍ଯ୍ୟ କରିଥିଲେ। ତେବେ ଆଗାମୀ ନିର୍ବାଚନରେ ଦଳ ପ୍ରାର୍ଥୀ ଚୟନରେ କାହାକୁ ଗୁରୁତ୍ୱ ଦେବ ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?