୪୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ରାଜ୍ୟରେ ଗତ ଏପ୍ରିଲ ୧୫ରୁ ୨୧ଦିନ ଧରି ଲଗାତର ଭାବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ବଲାଙ୍ଗୀର, ନୟାଗଡ଼, ନୂଆପଡ଼ା, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଏବଂ ବୌଦ୍ଧ ଜିଲାରେ ଅଧିକ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି। ୨୬ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ କରାଯାଇଥିବାବେଳେ ୪୫ ଡିଗ୍ରୀ ସହିତ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ରହିଥିଲା। ସେହିଭଳି ୧୨ ସହରରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହିଥିଲା। ସେପଟେ ବିଭିନ୍ନ ସ୍ଥାନରେ ତାପମାତ୍ରା କମ୍‌ ଥିଲେ ମଧ୍ୟ ଆର୍ଦ୍ରତା ଅଧିକ ଥିବାରୁ ଅନୁଭୂତ ତାପମାତ୍ରା(ହିଟ୍‌ ଇଣ୍ଡେକ୍ସ) ଅଧିକ ରହୁଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର ଅପରାହ୍ନ ସାଢ଼େ ୨ଟାରେ ରାଜଧାନୀ ଭୁବନେଶ୍ୱରରେ ୩୯.୯ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଆର୍ଦ୍ରତା ୫୪% ଥିବାରୁ ଅନୁଭୂତ ତାପମାତ୍ରା ବା ହିଟ୍‌ ଇଣ୍ଡେକ୍ସ ୫୭ ଡିଗ୍ରୀ ରହିଥିଲା। ସେହିଭଳି ବାଲେଶ୍ୱରରେ ୩୯.୨ ଡିଗ୍ରୀ ତାପମାତ୍ରା ଥିଲେ ମଧ୍ୟ ଆର୍ଦ୍ରତା ୬୫% ଥିବାରୁ ଅନୁଭୂତ ତାପମାତ୍ରା ୬୪ ଡିଗ୍ରୀ ରହିଥିଲା। ଅନ୍ୟପକ୍ଷରେ ସୋମବାରଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ କୌଣସି ସତର୍କ ସୂଚନା ନାହିଁ। ତେବେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ କାଳବୈଶାଖୀ ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri