ଟିଟିଲାଗଡ଼ ମହାଶିବରାତ୍ରୀ ମେଳା ବାତିଲ

ଟିଟିଲାଗଡ଼, ୨୩।୨ (ଡି.ଏନ.ଏ.)
କରୋନା ମହାମାରି ନେଇ ଚଳିତ ବର୍ଷ ବଲାଙ୍ଗୀର ଜିଲା ଟିଟିଲାଗଡ ଧବଳେଶ୍ୱର ବାବାଙ୍କ ମହାଶିବ ରାତ୍ରୀ ମେଳା ବାତିଲ ହୋଇଛି। ସୋମବାର ସନ୍ଧ୍ୟାରେ ସ୍ଥାନୀୟ ପୌର ପରିଷଦ ସଭାଗୃହରେ ଦଧିବାମନ ଟ୍ରଷ୍ଟ ଅଧ୍ୟକ୍ଷ ତଥା ଉପଜିଲାପାଳ ସୋମେଶ ଉପାଧ୍ୟାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଟ୍ରଷ୍ଟି, ସେବାୟତ ତଥା ସ୍ଥାନୀୟ ବୁଦ୍ଧିଜୀବୀଙ୍କ ଉପସ୍ଥିତିରେ ଏନେଇ ସହମତି ପ୍ରକାଶ ପାଇଛି। ଦୀର୍ଘ ୭୦ ବର୍ଷ ଧରି ପର୍ଯ୍ୟଟନ କ୍ଷେତ୍ର ମାନ୍ୟତା ପ୍ରାପ୍ତ ଏହି ଶୈବ ପୀଠରେ ମହାଶିବରାତ୍ରୀ ଅନୁଷ୍ଠିତ ହେବା ସହ ଲକ୍ଷଲକ୍ଷ ଭକ୍ତଙ୍କ ସମାଗମ ହୋଇଥାଏ। ତେବେ କରୋନାର ନୂତନ ଷ୍ଟ୍ରେନ ଦେଶର ବିଭିନ୍ନ ରାଜ୍ୟ ତଥା ପଡୋଶୀ ଛତିଶଗଡ, ପଶ୍ଚିମବଙ୍ଗକୁ ପ୍ରବେଶ କରିସାରିଛି। ତେଣୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ମେଳାକୁ ବାତିଲ କରିବାକୁ ଉପଜିଲାପାଳ ପ୍ରସ୍ତାବ ଦେଇଥିଲେ। ଏସ୍‌ଡିପିଓ ସୁରେନ୍ଦ୍ର ନାଥ ଶତପଥୀ, ଟ୍ରଷ୍ଟି ଭବାନୀ ହୋତା, ସଞ୍ଜିବ ପାଢୀ, ସେବାୟତ ପଞ୍ଚାନନ ପାଢୀ, ପଙ୍କଜ ପାଢୀ, ବ୍ରାହ୍ମଣ ସମାଜ ସଭାପତି ବିଶ୍ୱରାମ ଠାକୁର, ନାଗରିକ କମିଟି ସଭାପତି ରାଧାକାନ୍ତ ପାଢୀ, ବାର ଆସୋସିଏଶନ ସଭାପତି ପ୍ରଭାସ ବହିଦାର, ପିତାମ୍ବର ବଗର୍ତ୍ତି, ଏମ୍‌ପି ପ୍ରତିନିଧି ପ୍ରଶାନ୍ତ ଷଡଙ୍ଗୀ, କେପିଏସଏସ ସମ୍ପାଦକ ଉପେନ୍ଦ୍ର ବାଗ, ରଣଜିତ ପୃଷ୍ଟି, ରାଜେଶ ପ୍ରଧାନ, ହରି ବହିଦାର ପ୍ରମୁଖ ମେଳା ବନ୍ଦ ରଖିବାକୁ ମତ ରଖିଥିଲେ। ମନ୍ଦିର ଭିତରକୁ କରୋନା ଟେଷ୍ଟିଙ୍ଗ ପରେ ପରିଚୟ ପତ୍ର ସହ କେବଳ ସେବାୟତଙ୍କୁ ପ୍ରବେଶ ଅନୁମତି ମିଳିବ। ମନ୍ଦିର ବାହାରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ସହ ଭକ୍ତଙ୍କ ଦର୍ଶନ, ଗହଳି ସମ୍ପୁର୍ଣ୍ଣ ନିଷେଧ ରହିବ। ପ୍ରଶାସନ ଦ୍ୱାରା ସ୍ବତନ୍ତ୍ର ଭାବରେ ୟୁଟ୍ୟୁବ, ଫେସବୁକ ଲାଇଭ ଆଦି ସାମାଜିକ ଗଣମାଧ୍ୟମରେ ମନ୍ଦିରର ସମସ୍ତ ନୀତିକାନ୍ତ ପ୍ରସାରଣ କରାଯିବ। କରୋନା ମହାମାରିରୁ ସୁରକ୍ଷା ପାଇଁ ଜନସାଧାରଣ ସହଯୋଗ କରିବାକୁ ବୈଠକରେ ନିବେଦନ କରାଯାଇଛି। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri