ଦୁର୍ଗାପୂଜାରେ ତିତିଲି

ଏଥର ଦୁର୍ଗାପୂଜାରେ ମୁକ୍ତିଲାଭ କରିବ ଓଡ଼ିଆ ସିନେମା ‘ତିତିଲି’। ଏ ସମ୍ପର୍କରେ ନିକଟରେ ପ୍ରଯୋଜନା ସଂସ୍ଥା ଅଞ୍ଜନେୟ ମିଡ଼ିଆ ପ୍ରାଇଭେଟ ଲିମିଟେଡ଼ ପ୍ରଡକସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ବ୍ୟାନରରେ ନିର୍ମିତ ପଞ୍ଚମ ଫିଲ୍ମଟି ସେପ୍ଟେମ୍ବର ୩୦ରେ ପରଦା ଉପରକୁ ଆସିବ। ଏହାର ପ୍ରଯୋଜନା କରିଛନ୍ତି ପ୍ରଭାତ କୁମାର ପ୍ରଧାନ ଏବଂ ଶିଶିର ଚନ୍ଦ୍ର ଦାସ। ଚିତ୍ରଟିର କାହାଣୀ ରଚନା କରିଛନ୍ତି ଆଗଧାଡିର କାହାଣୀକାର ଦେବିଦତ୍ତ ମହାନ୍ତି। ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଏସ. କେ. ମୁରଲୀଧରନ। ଗୀତଗୁଡିକୁ ସ୍ବର ଦେଇଛନ୍ତି ଅନ୍ୟତମ ପ୍ରମୁଖ ସ୍ବର ସଂଯୋଜକ ପ୍ରେମାନନ୍ଦ। ଭିନ୍ନ ସ୍ବାଦର ପ୍ରେମ କାହାଣୀ ଏଥିରେ ଦେଖିବାକୁ ମିଳିବ। ଏହା ସହ ସାମାଜିକ ଚଳଣି, ଓଡ଼ିଆ ସଂସ୍କୃତି ଓ ମୌଳିକ ଓଡ଼ିଆ କଥା ବସ୍ତୁ ସ୍ଥାନ ପାଇଛି। ଫିଲ୍ମର ବିଭିନ୍ନ ଭୂମିକାରେ ଦିବ୍ୟା, ତୁଷାର, ମିହିର ଦାସ, ପ୍ରତିଭା ପଣ୍ଡା, ପ୍ରୀତିରାଜ, ହାଡୁ, ଜୀବନ ପଣ୍ଡା ପ୍ରମୁଖ କଳାକାର ଅଭିନୟ କରିଛନ୍ତି । ଉକ୍ତ ସିନେମାର କ୍ରିଏଟିଭ ହେଡ଼ ଅଛନ୍ତି ପ୍ରଣୟ ଜେଠୀ। ଏହି ବ୍ୟାନରରେ ପୁର୍ବରୁ ‘ବ୍ୟାଡ଼ ଗାର୍ଲ’, ‘ଧର୍ମ’,‘ଭୈରବ’, ‘ଦେବଦାସ’ ଭଳି ସିନେମା ର୍ନିମାଣ ହୋଇ ଦଶର୍କଙ୍କୁ ପ୍ରଭାବିତ କରିବାରେ ସକ୍ଷମ ହୋଇଛି। ତେବେ ‘ତିତିଲି’ ମଧ୍ୟ ନିଜକୁ ଏହି ତାଲିକାରେ ସାମିଲ କରିବ ବୋଲି ଆଶା ରଖିଛି ପ୍ରଯୋଜନା ସଂସ୍ଥା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri