Posted inଖେଳ

୨୮ ବର୍ଷ ପରେ ଆର୍ଜେଣ୍ଟିନାକୁ ଟାଇଟଲ

ରିଓ ଡି ଜେନିରୋ,୧୨।୭:  ଦକ୍ଷିଣ ଆମେରିକାର ସର୍ବବୃହତ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ କୋପା ଆମେରିକାରେ ଏଥର ଲିଓନେଲ ମେସିଙ୍କ ନେତୃତ୍ୱାଧୀନ ଆର୍ଜେଣ୍ଟିନା ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଶନିବାର ସ୍ଥାନୀୟ ଐତିହାସିକ ମାରାକାନା ଷ୍ଟାଡିୟମରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୧-୦ ଗୋଲରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ତଥା ଅନ୍ୟତମ ଫୁଟ୍‌ବଲ ପାଓ୍ବାର ହାଉସ ନେମାରଙ୍କ ବ୍ରାଜିଲକୁ ହରାଇ ଟାଇଟଲ ହାସଲ କରିଛି। ୧୯୯୩ ପରେ ଦୀର୍ଘ ୨୮ ବର୍ଷ ପରେ ଆର୍ଜେଣ୍ଟିନା କୌଣସି ପ୍ରଥମ ମେଜର ଟ୍ରଫିରେ ଚାମ୍ପିୟନ ହୋଇଛି। ମେସିଙ୍କୁ ୬ ବର୍ଷ ହୋଇଥିବା ବେଳେ ଆର୍ଜେଣ୍ଟିନା ଶେଷଥର ପାଇଁ ଏହି ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଥିଲା। ଟୁର୍ନାମେଣ୍ଟରେ ଅପରାଜେୟ ରହିବା ସହ ଆର୍ଜେଣ୍ଟିନା ଏଥିସହ ମୋଟ ୧୫ତମ କୋପା ଆମେରିକା ଟାଇଟଲ ଜିତି ଉରୁଗୁଏର ସମକକ୍ଷ ହୋଇଛି। ଅନ୍ୟପଟେ ବ୍ରାଜିଲ ୯ଥର ଏହି ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛି। କେବଳ ଫାଇନାଲ ମ୍ୟାଚ୍‌ରେ କେତେ ହଜାର ଦର୍ଶକଙ୍କୁ ଷ୍ଟାଡିୟମ ଭିତରକୁ ଯିବାର ଅନୁମତି ପ୍ରଦାନ କରାଯାଇଥିଲା।


୨୨ତମ ମିନିଟ୍‌ରେ ମ୍ୟାଚ୍‌ର ଏକମାତ୍ର ଗୋଲ ଆର୍ଜେଣ୍ଟିନା ତରଫରୁ ସ୍କୋର କରାଯାଇଥିଲା। ଦଳ ତରଫରୁ ୩୩ ବର୍ଷୀୟ ଅଭିଜ୍ଞ ଷ୍ଟ୍ରାଇକର ଆଞ୍ଜେଲ ଡି ମାରିଆ ଗୋଲ ଦେଇ ଆର୍ଜେଣ୍ଟିନାକୁ ଅଗ୍ରଣୀ କରାଇଥିଲେ। ରୋଡ୍ରିଗୋ ଡି ପଲ୍‌ ଏକ ଲମ୍ବା ପାସ୍‌ ମାରିଆଙ୍କୁୁ ଦେଇଥିଲେ। ବ୍ରାଜିଲ ଡିଫେନ୍ସର ଦୁର୍ବଳତାରୁ ଫାଇଦା ଉଠାଇ ମାରିଆ ଏହାର ସଦ୍‌ବ୍ୟବହାର କରି ବାମ୍‌ ଗୋଡରେ ହାଲକା ଶଟ୍‌ ମାରି ଗୋଲକିପର ଏଡେରସନଙ୍କ ମୁଣ୍ଡ ଉପରେ ଗୋଲ ଦେବାକୁ ସକ୍ଷମ ହୋଇଥିଲେ। ଏହାପରେ ଉଭୟ ଦଳ ମଧ୍ୟରେ ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲେ ମଧ୍ୟ ଗୋଲ ସମ୍ଭବ ହୋଇ ନ ଥିଲା। ଫଳରେ ଆର୍ଜେଣ୍ଟିନା ବିଜୟୀ ହୋଇଥିଲା। ୬୦ ପ୍ରତିଶତ ବଲ୍‌ ପଜେସନ କରିଥିଲେ ମଧ୍ୟ ବ୍ରାଜିଲ ଗୋଲ ଦେବାକୁ ସକ୍ଷମ ହୋଇ ନ ଥିଲା। ପ୍ରଥମାର୍ଦ୍ଧରେ ପଛରେ ପଡିବା ପରେ ବ୍ରାଜିଲ ଦ୍ୱିତୀୟାଦ୍ଧରେ ପ୍ରତ୍ୟାବର୍ତ୍ତନ କରିବାକୁ ପ୍ରୟାସ କରିଥିଲା ଓ କାଉଣ୍ଟର ଆଟାକ କରିଥିଲା। ଆର୍ଜେଣ୍ଟିନା ୪୦ ପ୍ରତିଶତ ବଲ୍‌ ପଜେସ କରିଥିଲା। ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ମଧ୍ୟ ଆର୍ଜେଣ୍ଟିନାଠାରୁ ବ୍ରାଜିଲ ଯଥେଷ୍ଟ ଆଗରେ ରହିଥିଲା।
ପୂର୍ବରୁ ଆର୍ଜେଣ୍ଟିନା କ୍ୱାର୍ଟର ଫାଇନାଲରେ ୩-୦ ଗୋଲରେ ଇକ୍ୱେଡର, ସେମିରେ କଲମ୍ବିଆକୁ ପେନାଲ୍ଟିରେ ୩-୨ ଗୋଲରେ ପରାସ୍ତ କରିଥିଲା। ସେହିପରି ବ୍ରାଜିଲ କ୍ୱାର୍ଟରରେ ୧-୦ ଗୋଲରେ ଚିଲିକୁ ଓ ସେମିରେ ପେରୁକୁ ୧-୦ ଗୋଲରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?