Posted inଖେଳ

ଗାନେମତ-ଅଙ୍ଗଦ ଯୋଡ଼ିଙ୍କୁ ଟାଇଟଲ

ନୂଆଦିଲ୍ଲୀ, ୧ା୧୨ (ପି.ଟି.):ଯୁବ ଶୁଟର ଗାନେମତ ସେଖନ ଓ ତାଙ୍କ ପାର୍ଟନର ଅଙ୍ଗଦ ବୀର ସିଂ ବାଜଓ୍ବା ଏଠାରେ ଚାଲିଥିବା ନ୍ୟାଶନାଲ ଶୁଟିଂ ଚାମ୍ପିୟନଶିପ୍‌ରେ ମିକ୍ସଡ ଟିମ୍‌ ଟାଇଟଲ ହାସଲ କରିଛନ୍ତି। ପଞ୍ଜାବର ଏହି ଯୋଡ଼ି କ୍ୱାଲିଫିକେଶନ ରାଉଣ୍ଡରେ ୧୪୦ ସ୍କୋର କରି ପ୍ରଥମ ସ୍ଥାନ ଅଧିକାର କରିଥିଲେ। ସ୍ବର୍ଣ୍ଣ ପଦକ ମୁକାବିଲାରେ ସେମାନେ ରାଜସ୍ଥାନ ଯୋଡ଼ି ଦର୍ଶନ ରାଠୋର ଓ ଅନନ୍ତଜିତ୍‌ ସିଂ ନାରୁକାଙ୍କୁ ୪୭-୪୧ରେ ହରାଇ ଦେଇଛନ୍ତି। ଦର୍ଶନ ଓ ଅନନ୍ତଜିତ୍‌ କ୍ୱାଲିଫିକେଶନରେ ୧୩୮ ସ୍କୋର ସହ ପଞ୍ଜାବ ଯୋଡ଼ିକ ପଛକୁ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଅଲିମ୍ପିଆନ ମୈରାଜ ଅହମଦ ଖାନ୍‌ ଓ ଆରିବା ଖାନ୍‌ ଉତ୍ତର ପ୍ରଦେଶ ପାଇଁ ବ୍ରୋଞ୍ଜ ପଦକ ଆଣି ଦେଇଛନ୍ତି। ତୃତୀୟ ସ୍ଥାନ ପାଇଁ ଅନୁଷ୍ଠିତ ମୁକାବିଲାରେ ସେମାନେ ହରିୟାଣାର ସଞ୍ଜନା ସୁଦ୍‌ ଓ ଇଶାନ ସିଂ ଙ୍କୁ ୪୪-୩୮ରେ ହରାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଗାନେମତ ବୁଧବାର ତାଙ୍କର ପ୍ରଥମ ବ୍ୟକ୍ତିଗତ ଜାତୀୟ ସିନିୟର ମହିଳା ସ୍କିଟ୍‌ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୬୦ଶଟ୍‌ ବିଶିଷ୍ଟ ଫାଇନାଲରେ ସେ ୫୬ ଟାର୍ଗେଟ ହାସଲ କରିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?