Posted inଜାତୀୟ

ପଶ୍ଚିମବଙ୍ଗରେ ପୋଷ୍ଟର ୱାର

କୋଲକାତା,୨୭ ।୨: ପାଖେଇ ଆସୁଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ଶୁକ୍ରବାର ନିର୍ବାଚନ ତାରିଖ ଘୋଷଣା ହେବା ପରେ ଶନିବାର ଏଠାରେ ଦେଖିବାକୁ ମିଳିଛି ପୋଷ୍ଟର ୱାର । ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ହୋଇଛି ଏହି ୱାର । ଭାଜପା ତା’ର ମହିଳା ନେତାଙ୍କ ପୋଷ୍ଟର ଜାରି କରି କହିଛି ପଶ୍ଚିମବଙ୍ଗକୁ ତା’ର ଝିଅ ଦରକାର ପିଉସି ବା ମାଉସୀ ନୁହେଁ । ହେଲେ ଏହି ପୋଷ୍ଟର ଦେଖିବା ପରେ ଟିଏମ୍‌ସି କହିଛି ଭାଜପା ଯେଉଁ ୯ ଜଣ ନେତ୍ରୀଙ୍କୁ ଦର୍ଶାଇଛି ସେମାନଙ୍କ ମଧ୍ୟରୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ । ପ୍ରଥମେ ଏହାର ଉତ୍ତର ଦେଉ ଭାଜପା । ଏକ ଘରୋଇ ଚ୍ୟାନେଲର କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରେ ଟିଏମ୍‌ସି ନେତା ଜିତେନ୍ଦ୍ର ତିୱାରୀ ଭାଜପାକୁ ପ୍ରଶ୍ନ କରିଛନ୍ତି ଆପଣଙ୍କର କେଉଁ ଝିଅ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ହେବ । ତେବେ ଭାଜପା ଯେଉଁ ପୋଷ୍ଟର ଜାରି କରିଛି ସେଥିରେ ଭାଜପାର ୯ ନେତ୍ରୀଙ୍କୁ ପଶିମବଙ୍ଗର ଝିଅ ଦର୍ଶାଇଥିବା ବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବୁଆ ବା ପିଉସି ଅଥବା ମାଉସି ବୋଲି ଦର୍ଶାଇଛି । ସୂଚନାଯୋଗ୍ୟ, ଟିଏମ୍‌ସି ଦ୍ୱାରା ପଶ୍ଚିମବଙ୍ଗ ନିର୍ବାଚନକୁ ନେଇ ଅଭିଯାନ ଆରମ୍ଭ କରିବା ସମୟରେ ମମତା କହିଥିଲେ ‘ପଶ୍ଚିମବଙ୍ଗକୁ ଆବଶ୍ୟକ ତା’ର ଝିଅ’ । ଏହି ସ୍ଲୋଗାନର ଜବାବରେ ଏବେ ଭାଜପା ତା’ର ୯ ନାରୀ ନେତ୍ରୀଙ୍କୁ ନେଇ ପୋଷ୍ଟର ଜାରି କରିବା ସହ ଟିଏମ୍‌ସିକୁ ଟାର୍ଗେଟ କରିଛି । କିନ୍ତୁ ଭାଜପା ଆଜି ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ଚୁପ୍ ରହିଛି । କେବଳ ଏତିକି କହୁଛି ମୁଖ୍ୟମନ୍ତ୍ରୀ ହେବେ ପଶ୍ଚିମବଙ୍ଗର ଝିଅ । ସବୁବେଳେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀକୁ ନେଇ ଅନୁମାନ ଲଗାଯାଉଥିବା ବେଳେ ଟିଏମ୍‌ସି ବାରମ୍ବାର ଏହି କଥାକୁ ନେଇ ଭାଜପାକୁ ଘେରୁଛି । ଆଉ ଏବେ ଏହାକୁ ନେଉ ଭାଜପା ପୋଷ୍ଟର ଜାରି କରିଥିବା ବେଳେ ଟିଏମ୍‌ସି ସେହି ବଲକୁ ଭାଜପା କୋଟ୍‌କୁ ପଠାଇ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri