Posted inଜାତୀୟ

ଡବଲ ଇଞ୍ଜିନ୍‌ ସରକାରକୁ ହଟାଇପାରିବ ଟିଏମ୍‌ସି: ମମତା

ଅଗରତାଲା,୮।୨(ପି.ଟି.): ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏକମାତ୍ର ଦଳ ଯିଏ ଭାଜପାର ଡବଲ ଇଞ୍ଜିନ୍‌ ସରକାରକୁ ହଟାଇପାରିବ ଏବଂ ଦେଶବାସୀଙ୍କୁ ଭାଜପାର ବିକଳ୍ପ ଦେବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଦଳ ସୁପ୍ରିମୋ ମମତା ବାନାର୍ଜୀ କହିଛନ୍ତି। ଅଗରତାଲାରେ ଏକ ଜନସଭାକୁ ସମ୍ବୋଧିତ କରି ମମତା କହିଥିଲେ, ଭାଜପା ଶାସନରେ ତ୍ରିପୁରାରେ ଗଣତନ୍ତ୍ରକୁ ଗୌଣ କରିଦିଆଯାଇଛି। ଅନ୍ୟ ଦଳଗୁଡ଼ିକୁ ଏଠାରେ ସଭା କରିବା ପାଇଁ ଅନୁମତି ମିଳୁନାହିଁ। ଖବରଦାତାମାନେ ଖବର ସଂଗ୍ରହ ଅଧିକାର ହରାଇଛନ୍ତି। ଦୁଇବର୍ଷ ପୂର୍ବେ ଏଠାରେ ଟିଏମ୍‌ସି ନେତା ଓ କର୍ମୀମାନଙ୍କୁ ଆକ୍ରମଣ କରାଯିବା ସହ ସେମାନଙ୍କ ଗାଡ଼ି ଭଙ୍ଗାଯାଇଥିଲା। ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ବେଆଇନ ଭାବେ ଜେଲରେ ରଖାଯାଇଛି। ରାଜ୍ୟରେ ଗଣତନ୍ତ୍ର ଅତି ଦୟନୀୟ ସ୍ଥିତିରେ ରହିଛି। ସରକାରଙ୍କ ଭୁଲ ବିରୋଧରେ ସ୍ବର ଉତ୍ତୋଳନ କରୁଥିବା ଟିଏମ୍‌ସି ନେତାମାନଙ୍କୁ ନିର୍ଯାତନା ଦିଆଯାଉଛି। ଲୋକଙ୍କୁ ୧୦୦ ଦିନ କାମର ଗ୍ୟାରେଣ୍ଟି ଦେଇପାରୁ ନ ଥିବା ଦଳ ଭୋଟ ମାଗିବାର ଅଧିକାର ହରାଇଛି ବୋଲି ଭାଜପାକୁ ଲକ୍ଷ୍ୟ କରି ମମତା କହିଛନ୍ତି। ସେହିପରି ସିପିଆଇ(ଏମ୍‌)-କଂଗ୍ରେସ ମେଣ୍ଟକୁ ମଧ୍ୟ ମମତା ସମାଲୋଚନା କରିଥିଲେ। ପଶ୍ଚିମବଙ୍ଗ ଭଳି ତ୍ରିପୁରାବାସୀ ଏହି ମେଣ୍ଟକୁ ପ୍ରତ୍ୟାଖ୍ୟାନ କରିବେ ବୋଲି ଟିଏମ୍‌ସି ନେତ୍ରୀ କହିଛନ୍ତି। ତ୍ରିପୁରାରେ ତାଙ୍କ ଦଳ କ୍ଷମତାକୁ ଆସିଲେ ପଶ୍ଚିମବଙ୍ଗରେ ଲାଗୁ ହୋଇଥିବା ଲକ୍ଷ୍ମୀର ଭଣ୍ଡାର, କନ୍ୟାଶ୍ରୀ ଭଳି ବିକାଶ ଯୋଜନା କାର୍ଯ୍ୟକାରୀ କରାଯିବ ବୋଲି ମମତା ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri