Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଗୃହ ଭିତରେ ଟିଏମ୍‌ସି ଏମ୍‌ପି କହିଦେଲେ ଏମିତି କଥା, ମିଳିଲା କଡ଼ା ଜବାବ

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ର ବଜେଟ ୨୦୨୨-୨୩ ଉପସ୍ଥାପନ କରିଛନ୍ତି। ବଜେଟ ଉପସ୍ଥାପିତ ହେବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ଗୃହକୁ ସ୍ଥଗିତ ରଖିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହ ଭିତରେ ଥିବା ଅନେକ ବିରୋଧୀ ଦଳର ନେତାଙ୍କ ନିକଟରେ ପହଞ୍ଚିଥିଲେ। କଂଗ୍ରେସ ନେତା ଅଦୀର ରଞ୍ଜନ ଚୌଧୁରୀ, ତୃଣମୂଳ କଂଗ୍ରେସର ସୁଦୀପ ବନ୍ଦୋପାଧ୍ୟାୟ ଏବଂ ସୌଗତ ରୟ, ନ୍ୟାଶନାଲ୍‌ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲା, ଡିଏମକେର ଏ ରାଜା ଏବଂ ମହାରାଷ୍ଟ୍ରରେ ଅମରାବତୀଙ୍କ ପ୍ରତିନିଧିତ୍ୱ କରୁଥିବା ସ୍ବାଧୀନ ଏମ୍‌ପି ନବନୀତ କୌର ରାଣାଙ୍କୁ ମୋଦି ଭେଟିଥିଲେ।
ପ୍ରଧାନମନ୍ତ୍ରୀ ମୋଦି ଟିଏମସି ଏମ୍‌ପି ସୌଗତ ରୟଙ୍କ ନିକଟରେ ପହଞ୍ଚିବା କ୍ଷଣି ସେ ବଙ୍ଗଳା ରାଜ୍ୟପାଳ ଜଗଦୀପ ଧନଖରଙ୍କ ନାଁରେ ତାଙ୍କ ନିକଟରେ ଅଭିଯୋଗ କରିଥିଲେ। କେବଳ ଏତିକି ନୁହେଁ, ରାଜ୍ୟପାଳଙ୍କୁ ହଟାଇବାକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ମଧ୍ୟ ଦାବି ସେ କରିଥିଲେ। ଏହା ଶୁଣି ପ୍ରଧାନମନ୍ତ୍ରୀ ହସଖୁସିରେ ଉତ୍ତର ଦେଲେ। ଆପଣ ପ୍ରଥମେ ଅବସର ନିଅନ୍ତୁ, ତା’ପରେ ତାଙ୍କୁ ଡକାଯିବ। ଉଲ୍ଲେଖନୀୟ କଥା ହେଉଛି, ଟିଏମସି ଏବଂ ଭାଜପା ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ତିକ୍ତ। ଟିଏମସି ସଭାପତି ତଥା ରାଜ୍ୟ ମୁଖ୍ୟ ମମତା ବାନାର୍ଜୀଙ୍କ ମଧ୍ୟରେ ନିରନ୍ତର ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଗତ କିଛି ଦିନ ହେବ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳଙ୍କ ମଧ୍ୟରେ କଳହ ଏତେ ବଢିଯାଇଛି ଯେ ମମତା ବାନାର୍ଜୀ ଟୁଇଟର୍‌ରେ ରାଜ୍ୟପାଳଙ୍କୁ ବ୍ଲକ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri