Posted inଜାତୀୟ

ଭାଙ୍ଗୁଛି ତୃଣମୂଳ ଗଡ଼: ବଢୁଛି ଦିଦିଙ୍କ ଚିନ୍ତା

କୋଲକାତା,୨୦।୧୨: ପଶ୍ଚିମବଙ୍ଗରେ ଭାଜପା ପକ୍ଷରୁ ରାଜ୍ୟ ଜୟ ଯୋଜନା ଜାରି ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହାଙ୍କ ମାଷ୍ଟର ପ୍ଲାନ୍‌ ଆଗରେ ଶାସକ ତୃଣମୂଳର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକୁଟିଆ ପଡ଼ିଗଲା ଭଳି ମନେ ହେଉଛି। ୨୦୨୧ରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାପୂର୍ବରୁ ଭାଜପା ଯୋଜନାବଦ୍ଧ ଭାବେ ତୃଣମୂଳକୁ ଭାଙ୍ଗିବାରେ ଲାଗିଛି। ୧୯୯୮ରେ ମମତା କଂଗ୍ରେସ ସହିତ ସମ୍ପର୍କ ତୁଟାଇ ତୃଣମୂଳ କଂଗ୍ରେସ ଗଠନ କରିଥିଲେ। ୧୯୯୮ପରେ ପ୍ରଥମଥର ୨୦୨୦ରେ ତୃଣମୂଳର ୩୪ ସଦସ୍ୟ ଶାହାଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି। ତୃଣମୂଳର ଭାଙ୍ଗିବା ଧାରା ଧୀରେଧୀରେ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ବେଳକୁ ଦିଦି ଏକା ରହିଯିବେ ବୋଲି ଭାଜପା ପକ୍ଷରୁ କଟାକ୍ଷ କରାଯାଇଛି। ମମତାଙ୍କ ପୁତରା ଅଭିଷେକ ବାନାର୍ଜୀ ଏବଂ ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋରଙ୍କ ଉପରେ ଦଳୀୟ ସଦସ୍ୟ ଅସନ୍ତୁଷ୍ଟ ଥିବା ନେଇ ଚର୍ଚ୍ଚା ହେଉଛି। ଫଳରେ ତୃଣମୂଳରେ ଫାଟ ବଢୁଛି। ଇତିମଧ୍ୟରେ ଶାହା ରାଜ୍ୟରେ କୁଣିଆ ରାଜନୀତି ଆରମ୍ଭ କରି ଜଣେ ଚାଷୀଙ୍କ ଘରେ ଭୋଜନ ମଧ୍ୟ କରି ସାରିଛନ୍ତି। ଯୋଜନାବଦ୍ଧ ଭାଜପା ପକ୍ଷରୁ ଏଭଳି କରାଯାଉଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ରାଜ୍ୟରେ ଜାରି ରହିଥିବା ରାଜନୈତିକ ସ୍ଥିତି ନେଇ ଏବେ ଦିଦିଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?