Posted inଜାତୀୟ

ପଶ୍ଚିମବଙ୍ଗରେ ଟିଏମ୍‌ସି ଜଙ୍ଗଲରାଜର ଅନ୍ତ ଘଟିବ

ସିଙ୍ଗୁର୍‌,୧୯ା୧

ପଶ୍ଚିମବଙ୍ଗ ଜନସାଧାରଣ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ କ୍ଷମତାରୁ ହଟାଇବା ସହ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ୧୫ ବର୍ଷର ମହା ଜଙ୍ଗଲରାଜର ଅନ୍ତ ଘଟାଇବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସିଲିଗୁଡ଼ିଠାରେ ଏକ ରାଲିକୁ ସମ୍ବୋଧନ କରି ଏହା କହିଛନ୍ତି। ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗରେ ୮୩୦ କୋଟି ଟଙ୍କା ମୂଲ୍ୟର କେତେକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବା ସହ କୋଲକାତାରୁ ଦେଶର ଅନ୍ୟ ଭାଗକୁ ସଂଯୋଗ କରୁଥିବା ୩ଟି ଅମୃତ ଭାରତ ଟ୍ରେନ୍‌ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଟିଏମ୍‌ସିର ମହା ଜଙ୍ଗଲରାଜକୁ ସମାଲୋଚନା କରି ପ୍ରଧାନମନ୍ତ୍ରୀ କହିଥିଲେ, ବହୁସଂଖ୍ୟାରେ ମା’, ଭଉଣୀ ଓ କୃଷକ ପ୍ରକୃତ ପରିବର୍ତ୍ତନ ଚାହଁାନ୍ତି। ପ୍ରତ୍ୟେକ ଜଙ୍ଗଲରାଜର ଅନ୍ତ ଚାହୁଁଛନ୍ତି। ଭାଜପା ପୁଣିଥରେ ବିହାରରେ ଜଙ୍ଗଲରାଜକୁ ରୋକିଥିବାବେଳେ ଏଥର ପଶ୍ଚିମବଙ୍ଗରେ ଟିଏମ୍‌ସିର ମହା ଜଙ୍ଗଲରାଜକୁ ବିଦାୟ ଦେବାକୁ ପ୍ରସ୍ତୁତ ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ସୁରକ୍ଷା ଓ ସୀମାନ୍ତ ସ୍ଥିତିକୁ ନେଇ ସେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ଟିଏମ୍‌ସି ସରକାର ରାଜ୍ୟ ଓ ଦେଶର ସୁରକ୍ଷା ସହ ଖେଳୁଛନ୍ତି। ତେଣୁ ଏଠାକାର ଯୁବବର୍ଗଙ୍କୁ ଅଧିକ ସତର୍କ ହେବାକୁ ପଡ଼ିବ। ରାଜ୍ୟରେ ଅନୁପ୍ରବେଶ ପାଇଁ ଟିଏମ୍‌ସି ସବୁ ପ୍ରକାର ସୁବିଧା କରିଛନ୍ତି। ସେମାନଙ୍କ ସୁରକ୍ଷା ପାଇଁ ଏହି ଦଳ ବିକ୍ଷୋଭ କରୁଛି। ଗତ ୧୧ ବର୍ଷ ହେଲା କେନ୍ଦ୍ର ସରକାର ବାରମ୍ବାର ଟିଏମ୍‌ସି ସରକାରଙ୍କୁ ପତ୍ର ଲେଖି ରାଜ୍ୟ ସୀମାରେ ତାରବାଡ଼ ଲଗାଇବାକୁ କହିଆସୁଛି। ଏଥିପାଇଁ ଜମି ଅଧିଗ୍ରହଣ ହୋଇଥିଲେ ମଧ୍ୟ ଟିଏମ୍‌ସି ଏହାକୁ ଭ୍ରୂକ୍ଷେପ କରୁନାହିଁ। ଅନୁପ୍ରବେଶକାରୀ ଗ୍ୟାଙ୍ଗଗୁଡ଼ିକୁ ସୁରକ୍ଷା ପ୍ରଦାନ ଏବଂ ସେମାନଙ୍କ ପାଇଁ ଜାଲ୍‌ କାଗଜପତ୍ର ପ୍ରସ୍ତୁତ କରିବାରେ ଶାସକ ଦଳ ପୃଷ୍ଠପୋଷକତା ପ୍ରଦାନ କରୁଛି। ଅନୁପ୍ରବେଶକୁ ସମ୍ପୂର୍ଣ୍ଣ ବନ୍ଦ କରିବାର ସମୟ ଆସିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri