‘ଟିଏମ୍‌ସି, ନିୟନ୍ତ୍ରଣ କକ୍ଷ ପ୍ରସ୍ତୁତ ରଖ’

ପୁରୀ ଅଫିସ,୨୩।୪: ପୁରୀ ଜିଲାରେ କୋଭିଡ୍‌ ସ୍ଥିତି ପରିଚାଳନା ଓ ମୁକାବିଲା ସମ୍ବନ୍ଧିତ ବୈଠକ ଗୁରୁବାର ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ ଜିଲାପାଳ ସମର୍ଥ ବର୍ମା କୋଭିଡ୍‌ ପ୍ରସ୍ତୁତି ସମ୍ପର୍କରେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ସୂଚନା ଅନୁଯାୟୀ, ଜିଲାରେ ବର୍ତ୍ତମାନ ୧.୭୬ ଲକ୍ଷ ଟିକାକରଣରେ ସାମିଲ ହୋଇଛନ୍ତି। ପୁରୀରେ ୨ଟି, ନିମାପଡ଼ା, କୋଣାର୍କ, ବ୍ରହ୍ମଗିରିରେ ପ୍ରତ୍ୟେକ ଗୋଟିଏ କୋଭିଡ୍‌ କେୟାର ସେଣ୍ଟର ଥିବାବେଳେ ଏଠାରେ ମୋଟ୍‌ ଶଯ୍ୟା ସଂଖ୍ୟା ୫ଶହ। ପ୍ରବାସୀ ଶ୍ରମିକ ଓ କୁମ୍ଭମେଳା ଫେରନ୍ତାଙ୍କ ଉପରେ ପ୍ରଶାସନ ନଜର ରଖିଛି। ପ୍ରତ୍ୟେକ ବ୍ଲକ୍‌ର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୨ଟି ଲେଖାଏ ଆମ୍ବୁଲାନ୍ସ ପ୍ରସ୍ତୁତ ରହିଛି। ସଂକ୍ରମଣକୁ ଯଥାସମ୍ଭବ ନିୟନ୍ତ୍ରଣ କରିବା ଉପରେ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛି ବୋଲି ଜିଲାପାଳ କହିଛନ୍ତି। ଅନ୍ୟପକ୍ଷରେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଦାସବର୍ମା କୋଭିଡ୍‌ ପରିଚାଳନା ସହ ସଂପୃକ୍ତ ଥିବା ଜିଲାର ସ୍ବାସ୍ଥ୍ୟ, ପଞ୍ଚାୟତିରାଜ, ଶ୍ରମ, ପରିବହନ ବିଭାଗ ଓ ପୋଲିସ ପ୍ରଶାସନର ସମନ୍ବୟରେ ଏକ ୨୪ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ କରିବାକୁ ପରାମର୍ଶ ଦେଇଛନ୍ତି। କୋଭିଡ୍‌ ଟେଷ୍ଟିଂ, ଚିହ୍ନଟ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା, ସଙ୍ଗରୋଧ ବ୍ୟବସ୍ଥା ଓ ଆନୁଷଙ୍ଗିକ ପ୍ରସ୍ତୁତି ଉପରେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଗୁରୁତ୍ୱ ଦେଇଛନ୍ତି। ସେହିଭଳି ଭୁବନେଶ୍ୱରସ୍ଥିତ କୋଭିଡ୍‌ ରେଫରାଲ୍‌ ହସ୍ପିଟାଲ ସହ ସମ୍ପର୍କରେ ରହିବା ପାଇଁ କହିଛନ୍ତି। ପଞ୍ଚାୟତସ୍ତରରେ ଟିଏମ୍‌ସିକୁ ପ୍ରସ୍ତୁତ ରଖିବା ନେଇ ସେ ନିର୍ଦ୍ଦେଶ ଦେଇଛନ୍ତି। ସେ ଆହୁରି କହିଛନ୍ତି, ରଥଯାତ୍ରା ଖୁବ୍‌ କମ୍‌ ସମୟ ରହିଥିବାରୁ ଜିଲାର ପ୍ରବେଶ ପଥ ପିପିଲି, ପୁରୀ ରେଳଷ୍ଟେଶନ, ଚାରିଛକ, ବସଷ୍ଟାଣ୍ଡ ଓ ଅସ୍ତରଙ୍ଗ ଭଳି ସ୍ଥାନରେ ଜିଲା ପ୍ରଶାସନ ସତର୍କ ଦୃଷ୍ଟି ରଖିବା ଦରକାର। କୃଷ୍ଣପ୍ରସାଦ ବ୍ଲକର ଚିଲିକା ମଧ୍ୟରେ ଥିବା ୧୪ ପଞ୍ଚାୟତରେ କୋଭିଡ୍‌ ନିୟନ୍ତ୍ରଣ ଓ ପରିଚାଳନା ନିମନ୍ତେ ସ୍ବତନ୍ତ୍ର ଭାବେ ଏକ କୋଭିଡ୍‌ କେୟାର ସେଣ୍ଟର ଆରମ୍ଭ କରିବା ପାଇଁ ଦାସବର୍ମା ପରାମର୍ଶ ଦେଇଛନ୍ତି। ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଜିଲାପାଳ ବିନୟ କୁମାର ଦାସ, ପିଡି ଡିଆର୍‌ଡିଏ ନୀତିରଞ୍ଜନ ସେନ ଏବଂ ସିଡିଏମ୍‌ଓ ସୁଜାତା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri