ପିପିଇ କିଟ୍‌ ପିନ୍ଧି ବାଇକ୍‌ରେ କରୋନା ଲକ୍ଷଣ ବ୍ୟକ୍ତିଙ୍କୁ ହସ୍ପିଟାଲ ନେଲେ ଟିଏମ୍‌ସି ନେତା

କୋଲକାତା, ୧୩।୮: ପଶ୍ଚିମବଙ୍ଗର ଝାରଗ୍ରାମ ଜିଲାର ଜଣେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା କରୋନା ଲକ୍ଷଣ ପ୍ରକାଶ ପାଇଥିବା ବ୍ୟକ୍ତିଙ୍କୁ ବାଇକରେ ନେଇ ହସ୍ପିଟାଲରେ ଛାଡ଼ିଛନ୍ତି। ବ୍ୟକ୍ତିଙ୍କ ପରିବାର ଲୋକେ ଆମ୍ବୁଲାନ୍ସ ଯୋଗାଡ଼ କରିବାରେ ବିଫଳ ହୋଇଥିଲେ। ଶେଷରେ ଟିଏମ୍‌ସିର ଗୋପୀବଲ୍ଲଭପୁର ଯୁବ ସଭାପତି ସତ୍ୟକାମ ପଟ୍ଟନାୟକ ନିଜେ ପିପିଇ କିଟ୍‌ ପରିଧାନ କରି ସେହି ବ୍ୟକ୍ତିଙ୍କୁ ବାଇକରେ ବସାଇ ହସ୍ପିଟାଲ ନେଇଥିଲେ। ସତ୍ୟକାମଙ୍କ ବାଇକରେ ସେହି ବ୍ୟକ୍ତିଙ୍କୁ ନେଇ ହସ୍ପିଟାଲ ଯାଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସତ୍ୟକାମଙ୍କ ଏହି କାର୍ଯ୍ୟକୁ ଏବେ ଚାରିଆଡ଼େ ବେଶ୍‌ ପ୍ରଶଂସା କରାଯାଇଛି।
ଜଣାପଡ଼ିଛି ଯେ, ଅମଲ ବାରିକ ନାମକ ଜଣେ ବ୍ୟକ୍ତି ୫-୬ ଦିନ ହେବ ଜ୍ୱରରେ ଆକ୍ରାନ୍ତ ହୋଇଥିଲେ। ତାଙ୍କ ପରିବାର ଲୋକେ ଆମ୍ବୁଲାନ୍ସ ଯୋଗାଡ଼ କରିବାରେ ବିଫଳ ହୋଇଥିଲେ। ସେହିଭଳି ଅମଲଙ୍କ ନିକଟରେ କରୋନା ଲକ୍ଷଣ ପ୍ରକାଶ ପାଇଥିବାରୁ ଭୟରେ କୌଣସି ସାହି ପଡ଼ିଶା ମଧ୍ୟ ସହାୟତା କରିବାକୁ ଆସି ନ ଥିଲେ। ଏଭଳି ପରିସ୍ଥିତିରେ ସତ୍ୟକାମ ସମସ୍ତ ଘଟଣା ଜାଣିବା ପରେ ନିଜେ ଏକ ବାଇକ ଯୋଗାଡ଼ କରିଥିଲେ। ଏହାପରେ ମେଡିସିନ ଦୋକାନରୁ ପିପିଇ କିଟ୍‌ କିଣି ତାକୁ ପିନ୍ଧିଥିଲେ। ପରେ ବାଇକ ଚଳାଇ ୩ କିମି ଦୂର ହସ୍ପିଟାଲକୁ ଅମଲଙ୍କୁ ନେଇଥିଲେ। ସେଠାରେ ଡାକ୍ତରଙ୍କ ପରାମର୍ଶକ୍ରମେ କିଛି ମେଡିସିନ ଧରି ପୁଣିଥରେ ଅମଲାଙ୍କୁ ଘରେ ଆଣି ଛାଡ଼ି ଦେଇଛନ୍ତି। ସତ୍ୟକାମଙ୍କ ଏହି କାମକୁ ଏବେ ଚାରିଆଡ଼େ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri