Posted inଜାତୀୟ

ଖବରଦାତାଙ୍କ ଫୋନ ଛଡାଇଲେ ମନ୍ତ୍ରୀ

କୋଲକାତା,୧୩।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ପଶ୍ଚିମବଙ୍ଗ ମନ୍ତ୍ରୀ ଅଖିଳ ଗିରିଙ୍କ ବିରୋଧରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ ଚାଲିଛି। ଆଦିବାସୀ ସମାଜର ଲୋକେ ମଧ୍ୟ ଅଖିଳ ଗିରିଙ୍କୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛନ୍ତି। ରବିବାର ବହୁ ଆଦିବାସୀ କମିଟିର ସମର୍ଥକମାନେ ଖଟଣ୍ଡା ଓ ବାଙ୍କୁରା ରାସ୍ତାକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ପଶ୍ଚିମବଙ୍ଗ ସରକାରରେ ମନ୍ତ୍ରୀ ଜ୍ୟୋତ୍ସା ମାଣ୍ଡିଙ୍କ କାର୍କୁ ଅଟକାଇ ବିରୋଧ ଜାରି କରିଥିଲେ। ଏଥିରେ ମନ୍ତ୍ରୀ ଜ୍ୟୋତ୍ସା ରାଗିଯାଇଥିଲେ। ଏହି ସମୟରେ ଭିଡିଓ ରେକର୍ଡିଂ କରୁଥିବା ସ୍ଥାନୀୟ ଖବରଦାତାଙ୍କ ମୋବାଇଲ ଛଡ଼ାଇ ନେଇ ତାଙ୍କୁ ଗାଳି ଦେଇଥିଲେ। ବିରୋଧ କରୁଥିବା ଲୋକମାନେ ତାଙ୍କୁ ଆଗକୁ ଯିବାକୁ ଦେଉ ନ ଥିଲେ ତେଣୁ ସେ କାରରୁ ଓହ୍ଲାଇଥିଲେ। ଏହା ପରେ ସେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ କିନ୍ତୁ ଭିଡିଓ ପ୍ରସ୍ତୁତ କରୁଥିବା ଖବରଦାତାଙ୍କ ମୋବାଇଲ ସେ ଛଡାଇନେଇଥିଲେ।
ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀଙ୍କ କ୍ୟାବିନେଟ ମନ୍ତ୍ରୀ ଅଖିଲ ଗିରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସୌନ୍ଦର୍ଯ୍ୟକୁ ନେଇ କଟାକ୍ଷ କରିଥିଲେ। ଶୁକ୍ରବାର ଅପରାହ୍ନରେ ନନ୍ଦିଗ୍ରାମଠାରେ ଏକ ଜନସମାବେଶକୁ ସମ୍ବୋଧିତ କରି ମନ୍ତ୍ରୀ କହିଥିଲେ, ଆମେ ଚେହେରା ଆଧାରରେ କାହାକୁ ବିଚାର କରୁନାହୁଁ। ଆମେ ରାଷ୍ଟ୍ରପତିଙ୍କ ପଦବୀକୁ ସମ୍ମାନ କରୁ। ହେଲେ ଆମ ରାଷ୍ଟ୍ରପତି କେମିତି ଦେଖାଯାଆନ୍ତି ବୋଲି ତାତ୍ସଲ୍ୟଭରା କଣ୍ଠରେ କହିଥିଲେ। ଅଖିଳ ଗିରିଙ୍କ ଆପତ୍ତିଜନକ ମନ୍ତବ୍ୟର ୧୭ ସେକେଣ୍ଡ ଅବଧିର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ବିବାଦ ଉପୁଜିବାରୁ ଶେଷରେ ୬୩ ବର୍ଷୀୟ ଅଖିଳ ଶନିବାର କ୍ଷମା ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri