Posted inଜାତୀୟ

ମମତାଙ୍କ ହାତ ଛାଡିଲେ ସୋନାଲି!

କୋଲକାତା,୬ ।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି ରାଜ୍ୟରେ ରାଜନୈତିକ ବାତାବରଣ ସେତିକି ସରଗରମ ହେବାରେ ଲାଗିଛି । ବିଶେଷ କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ତାଙ୍କୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗୁଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଦକ୍ଷିଣ ୨୪ ପ୍ରଗଣାର ସତଗଛିଆରୁ ତୃଣମୂଳ କଂଗ୍ରେସର(ଟିଏମ୍‌ସି) ବିଧାୟିକା ସୋନାଲି ଗୁହା ଏବେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ମିଶିବାକୁ ଯାଉଛନ୍ତି । ସୂଚନାଯୋଗ୍ୟ, ଏଥର ସେ ଟିଏମ୍‌ସିରୁ ଟିକେଟ ପାଇ ନାହାନ୍ତି । ଏହା ଜାଣିବା ପରେ ସୋନାଲି ଗଣମାଧ୍ୟମ ସାମ୍ନାରେ ଖୁବ୍ କାନ୍ଦିଥିଲେ । କହିଥିଲେ ଭଗବାନ ବାନାର୍ଜୀ ଦିଦିଙ୍କୁ ସଦ୍‌ବୁଦ୍ଧି ଦିଅନ୍ତୁ । ଆରମ୍ଭରୁ ମୁଁ ଦିଦିଙ୍କ ସହ ରହିଛି ହେଲେ କ’ଣ ପାଇଁ ଦିଦି ଏଭଳି ନିଷ୍ପତ୍ତି ନେଇଛନ୍ତି ତାହା ମୋତେ ଜଣାନାହିଁ । ଅବଶ୍ୟ ସୋନାଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟତମଙ୍କ ମଧ୍ୟରୁ ଜଣେ ଥିବା କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri