Posted inଜାତୀୟ

‘ମିମିକ୍ରି ହେଉଛି ଏକ କଳା, ପ୍ରଧାନମନ୍ତ୍ରୀ ମଧ୍ୟ ଏଭଳି କରିଛନ୍ତି’, ସଫେଇ ଦେଲେ ଟିଏମ୍‌ସି ନେତା

ନୂଆଦିଲ୍ଲୀ,୨୦।୧୨: ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ମିମିକ୍ରି କରି ବିବାଦରେ ଛନ୍ଦି ହୋଇପଡିଥିବା ଟିଏମ୍‌ସି ଏମ୍‌ପି କଲ୍ୟାଣ ବାନାର୍ଜୀ ବୁଧବାର ସଫେଇ ଦେଇଛନ୍ତି। ସେ କହିଛନ୍ତି, ମୁଁ କାହାକୁ ଆଘାତ ପହଞ୍ଚାଇବାକୁ ଚାହିଁନି। ଧନଖର ଜୀ ମୋ ଠାରୁ ବୟସରେ ବଡ। ମୁଁ ଜାଣିପାରୁନାହିଁ କି ସେ କାହିଁକି ଏହାକୁ ନିଜ ଉପରକୁ ନେଉଛନ୍ତି। ଯଦି ସେ ଏହାକୁ ନିଜ ଉପରକୁ ନେଇଛନ୍ତି, ତେବେ ସେ କାହିଁକି ରାଜ୍ୟ ସଭାରେ ଏହିପରି ବ୍ୟବହାର କରୁଛନ୍ତି।

ଏହି ସମୟରେ ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମକୁ ଏହା ଭିତରକୁ ଆଣିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଲୋକ ସଭାରେ ମଧ୍ୟ ମିମିକ୍ରି କରିଥିଲେ। ମୁଁ ଏହାର ଭିଡିଓ ମଧ୍ୟ ଦେଖାଇ ପାରିବି। ବାନାର୍ଜୀ କହିଛନ୍ତି , ପ୍ରଧାନମନ୍ତ୍ରୀ ୨୦୧୪ ଏବଂ ୨୦୧୯ରେ ଏହା କରିଛନ୍ତି। ମୋର ମାମଲାକୁ କାହିଁକି ଏତେ ଗମ୍ଭୀରତାର ସହିତ ନିଆଯାଇଛି, ମୁଁ ଜାଣିପାରୁନାହିଁ।

ଅନ୍ୟପଟେ ଟିଏମ୍‌ସି ନେତା ବିରୋଧରେ ଦିଲ୍ଲୀ ପୋଲିସ ଏକ ମାମଲା ରୁଜୁ କରିଛି। ଅଭିଷେକ ଗୌତମ ନାମକ ଜଣେ ଓକିଲ ଡିଫେନ୍ସ କଲୋନୀ ପୋଲିସ ଷ୍ଟେଶନରେ ଅଭିଯୋଗ ଆଣିଛନ୍ତି। ଯାହାକୁ ଆଧାର କରି ପୋଲିସ ତଦନ୍ତ ମଧ୍ୟ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri