Posted inଜାତୀୟ

ମମତାଙ୍କୁ ଶକ୍ତ ଝଟ୍‌କା: ଆଉ ଜଣେ ଟିଏମସି ରାଜ୍ୟ ସଭା ଏମପି ଦେଲେ ଇସ୍ତଫା, କାରଣ….

କୋଲକାତା,୧୬ା୭: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି । ଅଭିନେତ୍ରୀରୁ ରାଜନେତ୍ରୀ ହୋଇଥିବା ଏବଂ ପଶ୍ଚିମବଙ୍ଗର ଟିଏମସି ରାଜ୍ୟ ସଭା ଏମପି କୋଏଲ ମଲ୍ଲିକ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କହିରଖୁଛୁ କି, କୋଏଲ ମଲ୍ଲିକ ଏପ୍ରିଲ ମାସରେ ହିଁ ଟିଏମସିର ପ୍ରତିନିଧିତ୍ୱ କରି ରାଜ୍ୟ ସଭା ଏମପି ହୋଇଥିଲେ । ଦଳରୁ ଇସ୍ତଫା ଦେବାରେ ସେ ଚତୁର୍ଥ ଏମପି । ତାଙ୍କ ପୂର୍ବରୁ ଅନ୍ୟ ତିନି ଜଣ ଏମପି ଦଳ ଛାଡିସାରିଛନ୍ତି ।

ଟିଏମସି ରାଜ୍ୟସଭା ଏମପି କୋଏଲ ମଲ୍ଲିକ ଉପରାଷ୍ଟ୍ରପତିଙ୍କୁ ଭେଟି ତାଙ୍କର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। କୋଏଲ ମଲ୍ଲିକଙ୍କ ଇସ୍ତଫା ପରେ, ରାଜ୍ୟ ସଭାରେ ତୃଣମୂଳ କଂଗ୍ରେସ (ଟିଏମସି) ଏମପିଙ୍କର ସଂଖ୍ୟା ନଅକୁ ହ୍ରାସ ପାଇଛି।

କୋଏଲ ମଲ୍ଲିକ ଜଣେ ଲୋକପ୍ରିୟ ଟଲିଉଡ୍ ଅଭିନେତ୍ରୀ। ତାଙ୍କ ଇସ୍ତଫାକୁ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ଆଉ ଏକ ଝଟକା ଭାବରେ ଦେଖାଯାଉଛି। ବୁଧବାର ଦିନ ଦଳର ନେତା ମଦନ ମିତ୍ର ମଧ୍ୟ ମମତାଙ୍କ ଠାରୁ ଅଲଗା ହୋଇ ଋତବ୍ରତ ଶିବିରରେ ଯୋଗ ଦେଇଥିଲେ । ଆଜି ଏମପି କୋଏଲ ମଲ୍ଲିକ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି ।

କୋଏଲ ମଲ୍ଲିକଙ୍କ ପ୍ରକୃତ ନାମ ରୁକ୍ମିଣୀ ମଲ୍ଲିକ। ସେ ଜଣେ ପ୍ରସିଦ୍ଧ ବଙ୍ଗୀୟ ଅଭିନେତ୍ରୀ, ମୁଖ୍ୟତଃ ଟଲିଉଡ୍ର “ଟଲି-କ୍ୱିନ୍” ଭାବରେ ଜଣାଶୁଣା।
ରାଜ୍ୟ ସଭା ଅଧ୍ୟକ୍ଷ ସିପି ରାଧାକୃଷ୍ଣନଙ୍କୁ ଲେଖିଥିବା ଏକ ଚିଠିରେ କୋଏଲ ମଲ୍ଲିକ କହିଛନ୍ତି ଯେ ସେ ତାଙ୍କ ପଦରୁ ଇସ୍ତଫା ଦେଉଛନ୍ତି ଏବଂ ଇସ୍ତଫା ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି । ସେ ରାଜ୍ୟ ସଭାର ସମସ୍ତ ଅଧିକାରୀ ଏବଂ ସଦସ୍ୟଙ୍କ ପ୍ରତି କୃତଜ୍ଞତା ମଧ୍ୟ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଲି ୨ ଟ୍ରେନ୍‌ ବାତିଲ, ୧୪ର ଗତିପଥ ପରିବର୍ତ୍ତନ, ଜାଣି ନିଅନ୍ତୁ କେଉଁ କେଉଁ…

ଭୁବନେଶ୍ୱର,୨୯ା୧୦(ସୁଚିସ୍ମିତା ସାହୁ): ବାତ୍ୟା ଓ ବର୍ଷାଜନିତ ପରିସ୍ଥିତି ଏବଂ ରେଳଧାରଣା ନିକଟରେ ଜଳସ୍ତର ବୃଦ୍ଧି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ବିଶାଖାପାଟଣା ରେଳ ଡିଭିଜନ ଅନ୍ତର୍ଗତ…

ଜୋଲାପୁଟ ଡ୍ୟାମ୍‌ର ୮ ଗେଟ୍‌ ଖୋଲିଲା

ନନ୍ଦପୁର,୨୯ା୧୦(ତୁଷାର କାନ୍ତ ମହାନ୍ତି): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଲଗାଣ ବର୍ଷା ଯୋଗୁ ପାତାଳୀ ଓ ମାଛକୁଣ୍ଡ ନଦୀ ଦେଇ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ର ଜୋଲାପୁଟ ଜଳଭଣ୍ଡାର…

କାଲି ଗଞ୍ଜାମ-ଗଜପତି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ….

ଭୁବନେଶ୍ୱର/ଛତ୍ରପୁର, ୨୯।୧୦(ସୁନିତ୍‌ ମିଶ୍ର/ଦିଲ୍ଲୀପ ସାମଲ): ସ୍ପେଶାଲ ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟସ୍ଥିତ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷଠାରେ ଗୁରୁବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ଅର୍ଣ୍ଣବକୁ…

କାଲି ମିଳିବ ୨୪ତମ ପିଏମ୍‌ କିଷାନ କିସ୍ତି, ରାଜ୍ୟର ୩୫.୩୯ ଲକ୍ଷ ଚାଷୀଙ୍କ…

ଭୁବନେଶ୍ୱର, ୨୯।୧୦(ସୁନିତ୍‌ ମିଶ୍ର): ପିଏମ୍‌ କିଷାନ ଉତ୍ସବ ଦିବସ ଅବସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି(ପିଏମ୍‌ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି…

ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଭୟଙ୍କର ଦୁର୍ଘଟଣା: ବ୍ୟାରିକେଡ଼ରେ ପିଟିହୋଇ ହୁତୁହୁତୁ ହୋଇ ଜଳିଗଲା କାର୍, ୨ ଯାତ୍ରୀ…

ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ପରାସ୍ତ କରି ଭାରତର ବିଜୟ ଧାରା ଜାରି

ଜଳନ୍ଧର,୨୯ା୧୦: ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ହକି ଦଳ ଚଳିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ବିଜୟ ଧାରା ଜାରି ରଖିଛି। ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଧିନାୟକ…

ଆମ୍ବୁଲାନ୍ସରେ ଭୟଙ୍କର ବିସ୍ଫୋରଣ: ୧୦ ମୃତ

କରାଚୀ, ୨୯ା୧୦ : ଦକ୍ଷିଣ ପାକିସ୍ତାନର ଏକ ସରକାରୀ ଚିକିତ୍ସାଳୟ ପରିସରରେ ଠିଆ ହୋଇଥିବା ଏକ ଆମ୍ବୁଲାନ୍ସ ଭିତରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ଘଟି ଜଣେ ରୋଗୀଙ୍କ…

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?