Posted inଜାତୀୟ

ମମତାଙ୍କୁ ଶକ୍ତ ଝଟ୍‌କା: ଆଉ ଜଣେ ଟିଏମସି ରାଜ୍ୟ ସଭା ଏମପି ଦେଲେ ଇସ୍ତଫା, କାରଣ….

କୋଲକାତା,୧୬ା୭: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି । ଅଭିନେତ୍ରୀରୁ ରାଜନେତ୍ରୀ ହୋଇଥିବା ଏବଂ ପଶ୍ଚିମବଙ୍ଗର ଟିଏମସି ରାଜ୍ୟ ସଭା ଏମପି କୋଏଲ ମଲ୍ଲିକ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କହିରଖୁଛୁ କି, କୋଏଲ ମଲ୍ଲିକ ଏପ୍ରିଲ ମାସରେ ହିଁ ଟିଏମସିର ପ୍ରତିନିଧିତ୍ୱ କରି ରାଜ୍ୟ ସଭା ଏମପି ହୋଇଥିଲେ । ଦଳରୁ ଇସ୍ତଫା ଦେବାରେ ସେ ଚତୁର୍ଥ ଏମପି । ତାଙ୍କ ପୂର୍ବରୁ ଅନ୍ୟ ତିନି ଜଣ ଏମପି ଦଳ ଛାଡିସାରିଛନ୍ତି ।

ଟିଏମସି ରାଜ୍ୟସଭା ଏମପି କୋଏଲ ମଲ୍ଲିକ ଉପରାଷ୍ଟ୍ରପତିଙ୍କୁ ଭେଟି ତାଙ୍କର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। କୋଏଲ ମଲ୍ଲିକଙ୍କ ଇସ୍ତଫା ପରେ, ରାଜ୍ୟ ସଭାରେ ତୃଣମୂଳ କଂଗ୍ରେସ (ଟିଏମସି) ଏମପିଙ୍କର ସଂଖ୍ୟା ନଅକୁ ହ୍ରାସ ପାଇଛି।

କୋଏଲ ମଲ୍ଲିକ ଜଣେ ଲୋକପ୍ରିୟ ଟଲିଉଡ୍ ଅଭିନେତ୍ରୀ। ତାଙ୍କ ଇସ୍ତଫାକୁ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ଆଉ ଏକ ଝଟକା ଭାବରେ ଦେଖାଯାଉଛି। ବୁଧବାର ଦିନ ଦଳର ନେତା ମଦନ ମିତ୍ର ମଧ୍ୟ ମମତାଙ୍କ ଠାରୁ ଅଲଗା ହୋଇ ଋତବ୍ରତ ଶିବିରରେ ଯୋଗ ଦେଇଥିଲେ । ଆଜି ଏମପି କୋଏଲ ମଲ୍ଲିକ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି ।

କୋଏଲ ମଲ୍ଲିକଙ୍କ ପ୍ରକୃତ ନାମ ରୁକ୍ମିଣୀ ମଲ୍ଲିକ। ସେ ଜଣେ ପ୍ରସିଦ୍ଧ ବଙ୍ଗୀୟ ଅଭିନେତ୍ରୀ, ମୁଖ୍ୟତଃ ଟଲିଉଡ୍ର “ଟଲି-କ୍ୱିନ୍” ଭାବରେ ଜଣାଶୁଣା।
ରାଜ୍ୟ ସଭା ଅଧ୍ୟକ୍ଷ ସିପି ରାଧାକୃଷ୍ଣନଙ୍କୁ ଲେଖିଥିବା ଏକ ଚିଠିରେ କୋଏଲ ମଲ୍ଲିକ କହିଛନ୍ତି ଯେ ସେ ତାଙ୍କ ପଦରୁ ଇସ୍ତଫା ଦେଉଛନ୍ତି ଏବଂ ଇସ୍ତଫା ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି । ସେ ରାଜ୍ୟ ସଭାର ସମସ୍ତ ଅଧିକାରୀ ଏବଂ ସଦସ୍ୟଙ୍କ ପ୍ରତି କୃତଜ୍ଞତା ମଧ୍ୟ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri