Posted inଜାତୀୟ

ମମତାଙ୍କୁ ଲାଗୁଛି ଭୟ

ନୂଆଦିଲ୍ଲୀ,୭।୧୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ସଂସଦୀୟ ଗଣତନ୍ତ୍ରର ଭବିଷ୍ୟତ ବିଷୟରେ ଚିନ୍ତା ପ୍ରକଟ କରିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ପାର୍ଲାମେଣ୍ଟରେ ଭାଜପା ବହୁମତ ଉପଯୋଗ କରି ବହୁ ସଂଖ୍ୟାରେ ବିଲ ପାରିତ କରିଛି। ଏନେଇ ଯଦି ବିରୋଧୀ ସ୍ବର ଉତ୍ତୋଳନ କରିବା ସତ୍ତ୍ୱେ ମଧ୍ୟ ସଂଖ୍ୟାଗରିଷ୍ଠତା ହେତୁ ଶାସକ ଦଳ କୌଣସି ଭୋଟ ବିନା ବିଲ ପାରିତ କରିଦେଉଛି। ସେମାନେ ସ୍ଥାୟୀ କମିଟି କିମ୍ବା ଚୟନ କମିଟିର ରିପୋର୍ଟ ମଧ୍ୟ ଗ୍ରହଣ କରନ୍ତି ନାହିଁ। ଏଭଳି ହେଲେ ଆମର ସଂସଦୀୟ ଗଣତନ୍ତ୍ର ଏହାର ସମ୍ମାନ ବଜାୟ ରଖିବାରେ ସକ୍ଷମ ହେବ କି। ମନରେ ଏଭଳି ଭୟ ଆସୁଛି।
ଗଣତନ୍ତ୍ରରେ ବିଭିନ୍ନ ରାଜନୈତିକ ଦଳର ଅନେକ ଆଦର୍ଶ ଅଛି, କିନ୍ତୁ ସଂସଦୀୟ ସଂଖ୍ୟାଗରିଷ୍ଠତା ସର୍ବଦା ଜିତେ। କିନ୍ତୁ ଏହାର ଅର୍ଥ ନୁହେଁ ଯେ ଆପଣ ବିରୋଧୀ, ରାଜ୍ୟ ତଥା ଗଣମାଧ୍ୟମର ସ୍ବରକୁ ଦମନ କରିବେ। ଆମ ଦଳ ସେମାନଙ୍କୁ ପୂର୍ଣ୍ଣ ଶକ୍ତି ସହିତ ସାମ୍ନା କରିବ ଏବଂ ଅତ୍ୟାଚାର ବିରୋଧରେ ଲଢିବା ପାଇଁ ଅନ୍ୟ ବିରୋଧୀ ଦଳ ସହିତ ସହଯୋଗ କରିବ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?