Posted inଜାତୀୟ

ଜଷ୍ଟିସ୍‌ ଗୋଗୋଇଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ

ନୂଆଦିଲ୍ଲୀ, ୧୩।୧୨: ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ନିକଟରେ ଏକ ଗଣମାଧ୍ୟମକୁ ସାକ୍ଷାତ୍‌କାରରେ ଏକ ବିବୃତି ଦେଇଥିଲେ। ଏନେଇ ତାଙ୍କ ବିରୋଧରେ ତୃଣମୂଳ କଂଗ୍ରେସର ରାଜ୍ୟ ସଭା ସଦସ୍ୟ ମୌସମ ନୂର୍‌ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଛନ୍ତି। ବିଭିନ୍ନ ଦଳର ଅନୂ୍ୟନ ୧୦ ଜଣ ଏମ୍‌ପି ଅନୁରୂପ ପ୍ରସ୍ତାବ ଆଣିବା ଆଶା କରାଯାଉଛି।

ଗତ ୯ ତାରିଖରେ ପ୍ରସାରିତ ହୋଇଥିବା ଉକ୍ତ ସାକ୍ଷାତ୍‌କାରରେ ଜଷ୍ଟିସ୍‌ ଗୋଗୋଇ କହିଥିଲେ, କୋଭିଡ୍‌ କଟକଣା ଏବଂ ସାମାଜିକ ଦୂରତ୍ୱ ଅଭାବ କାରଣରୁ ସେ ପାର୍ଲାମେଣ୍ଟକୁ ଯାଉନାହାନ୍ତି। ଭଲ ଅନୁଭବ କଲେ କିମ୍ବା କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କହିବା ଆବଶ୍ୟକ ଭାବିଲେ, ସେ ସଂସଦକୁ ଯାଇଥାନ୍ତି ବୋଲି କହିଥିଲେ। ସେ ମନୋନୀତ ହୋଇଥିବାରୁ କୌଣସି ଦଳର ତାଙ୍କ ଉପରେ ହୁଇପ୍‌ ନାହିଁ। ସିଜେଆଇ ଭାବେ ଅବସର ନେବାର ମାତ୍ର ୪ ମାସ ପରେ ରାଜ୍ୟ ସଭା ଗଲେ। ଏଥିରେ ଚମତ୍କାରିତା କ’ଣ ବୋଲି ପ୍ରଶ୍ନ ହେବାରୁ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ହୋଇଥିଲେ ଭଲ ପାରିଶ୍ରମିକ ମିଳିଥାନ୍ତା ବୋଲି ଗୋଗୋଇ କହିଥିଲେ। ତାଙ୍କର ଏଭଳି ମନ୍ତବ୍ୟ ଗୃହର ମର୍ଯ୍ୟାଦା ହାନି କରୁଥିବା ଦର୍ଶାଇ ଟିଏମ୍‌ସି ଏମ୍‌ପି ପୂର୍ବତନ ସିଜେଆଇଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ପ୍ରସ୍ତାବ ଆଣିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri