Posted inଜାତୀୟ

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି। ଏହି କ୍ରମରେ ଏବେ ରାଜ୍ୟସଭା ଏମ୍‌ପି ପ୍ରକାଶ ବରାଇକ ଟିଏମ୍‌ସିରୁ ଇସ୍ତଫା ଦେଇଛନ୍ତି। ବରାଇକଙ୍କ ଇସ୍ତଫା ପରେ ରାଜ୍ୟ ସଭାରେ ଟିଏମ୍‌ସି ଏମ୍‌ପିଙ୍କ ସଂଖ୍ୟା ହ୍ରାସ ପାଇ ଏବେ ମାତ୍ର ୧୦ରେ ପହଞ୍ଚିଛି। ଏହାପୂର୍ବରୁ ବୁଧବାର ରାଜ୍ୟ ସଭା ଏମ୍‌ପି ସୁସ୍ମିତା ଦେବ ମଧ୍ୟ ଦଳରୁ ଇସ୍ତଫା ଦେଇଥିଲେ। ସେହିପରି ବରିଷ୍ଠ ନେତା ସୁଖେନ୍ଦୁ ଶେଖର ରାୟ ମଧ୍ୟ ପୂର୍ବରୁ ରାଜ୍ୟ ସଭା ସଦସ୍ୟତାରୁ ଇସ୍ତଫା ଦେଇସାରିଛନ୍ତି।
ନିଜ ଇସ୍ତଫା ପତ୍ରରେ ପ୍ରକାଶ ବରାଇକ ଲେଖିଛନ୍ତି, “ମୁଁ ତତ୍କାଳ ପ୍ରଭାବରୁ ରାଜ୍ୟ ସଭା ସଦସ୍ୟତାରୁ ଇସ୍ତଫା ଦେଉଛି। ଦୟାକରି ଏହାକୁ ଗ୍ରହଣ କରନ୍ତୁ। ରାଜ୍ୟ ସଭା ସଦସ୍ୟ ଭାବରେ ମୋର କାର୍ଯ୍ୟକାଳ ମଧ୍ୟରେ ମିଳିଥିବା ସମସ୍ତ ସହଯୋଗ ଏବଂ ସହାୟତା ପାଇଁ ମୁଁ ମାନ୍ୟବର ଉପବାଚସ୍ପତି ମହୋଦୟ ଏବଂ ରାଜ୍ୟ ସଭା ସଚିବାଳୟର ସମସ୍ତ ଅଧିକାରୀଙ୍କୁ ଆନ୍ତରିକ କୃତଜ୍ଞତା ଜଣାଉଛି।”
छवि
ପଶ୍ଚିମବଙ୍ଗ ବିଧାନସଭା ର୍ନିବାଚନରେ ପରାଜୟ ପରେ ଦଳ ମଧ୍ୟରେ ଚାଲିଥିବା ଆଭ୍ୟନ୍ତରୀଣ ବିବାଦ ମଧ୍ୟରେ ଏହା ମମତା ବାନାର୍ଜୀଙ୍କ ପାଇଁ ଏକ ବଡ଼ ଆଘାତ ସଦୃଶ ହୋଇଛି। ରିପୋର୍ଟ ଅନୁଯାୟୀ, ଦଳର ଅନେକ ଏମ୍‌ପି ଏକ ପୃଥକ ଗୋଷ୍ଠୀ ଗଠନ କରି ଶାସକ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହିତ ଯିବାକୁ ନିଷ୍ପତ୍ତି ନେଇଛନ୍ତି, ଯେପରି ନିକଟରେ ଆମ ଆଦମୀ ପାର୍ଟି (AAP) ର ୭ ଜଣ ଏମ୍‌ପି ପାର୍ଟି ଛାଡ଼ି ଭାଜପାରେ ସାମିଲ ହୋଇଥିଲେ। ପଶ୍ଚିମବଙ୍ଗରେ ଟିଏମ୍‌ସିର ୮୦ ଜଣ ବିଧାୟକଙ୍କ ମଧ୍ୟରୁ ଅଧିକାଂଶ ସଦସ୍ୟ ପୂର୍ବରୁ ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱରେ ଏକ ପୃଥକ ଗୋଷ୍ଠୀ ଗଠନ କରିସାରିଛନ୍ତି, ଯାହାଙ୍କୁ ରାଜ୍ୟ ବିଧାନସଭାରେ ବିରୋଧୀ ଦଳର ନେତା ଭାବେ ଚୟନ କରାଯାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?