Posted inଜାତୀୟ

ଟିଏମ୍‌ସି ଏମ୍‌ପି ଶତାବ୍ଦି ରାୟଙ୍କ ସୋସିଆଲ ମିିଡିଆ ପୋଷ୍ଟକୁ ନେଇ ରାଜନୀତି ସରଗରମ

କୋଲକାତା,୧୫ ।୧: ଚଳିତ ବର୍ଷ ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ହୋଇଛି ସରଗରମ । ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ଗଡରେ ପୁଣିଥରେ ଶାସନ କ୍ଷମତା ହାତକୁ ଆଣିବାକୁ ପ୍ରସ୍ତୁତି ଜାରି ରଖିଥିବା ବେଳେ ଅନ୍ୟପଟେ ଭାରତୀୟ ଜନତା ପାର୍ଟି(ଭାଜପା) ଶାସନ କ୍ଷମତା ହାତେଇବାକୁ ଖୁବ୍ ପରିଶ୍ରମ କରି ଚାଲିଛି । ତେବେ ମମତାଙ୍କ ସମସ୍ୟା ବେଳକୁ ବେଳ ବଢୁଥିବା ଦେଖାଯାଇଛି । କାରଣ ତାଙ୍କ ଦଳର କିଛି ନେତା ଅସନ୍ତୁଷ୍ଟ ହୋଇ ଦଳ ଛାଡୁଥିବା ଏବେ ମମତାଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟି ଗଲାଣି । ଏବେ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ଶତାବ୍ଦି ରାୟ ସୋସିଆଲ ମିଡିଆ ମାଧ୍ୟମରେ ଦଳ ଉପରେ ଅସନ୍ତୁଷ୍ଟ ଥିବା ପ୍ରକାଶ କରିଛନ୍ତି । ସେ ଲେଖିଛନ୍ତି ଏବେ ମୋତେ ଲୋକ ପଚାରୁଛନ୍ତି ଯେ ଦଳର କୌଣସି କାର୍ଯ୍ୟକ୍ରମରେ କାହିଁକି ଆପଣଙ୍କୁ ଦେଖିବାକୁ ମିଳୁନାହିଁ । କିନ୍ତୁ ମୋତେ ମୋ ଲୋକଙ୍କ ସହ ମଶି ରହିବାକୁ ଭଲଲାଗେ । ହେଲେ ଏମିତି କେତେଜଣ ଲୋକ ଅଛନ୍ତି ଯେଉଁମାନେ ଚାହାନ୍ତି ନାହିଁ ଯେ ମୁଁ ସବୁ ଲୋକଙ୍କ ସହ ମିଳିମିଶି ରୁହେ ବୋଲି । ସେଥିପାଇଁ ଦଳର କୌଣସି କାର୍ଯ୍ୟକ୍ରମରେ ମୋତେ କୌଣସି ସୂଚନା ଦିଆଯାଇ ନ ଥାଏ । ତେଣୁ କେତେଜଳ ଦଳୀୟ ନେତାଙ୍କ ଦ୍ୱାରା ମୋତେ ଛୋଟଦର୍ଶାଇ ବାକୁ ଚେଷ୍ଟା କରାଯାଉଛି ବୋଲି ଶତାବ୍ଦି କହିଛନ୍ତି । ତେବେ ୧୬ ଜାନୁୟାରୀ ଦ୍ୱିପ୍ରହରରେ ସେ ଦଳ ସମ୍ପର୍କରେ କିଛି ନିର୍ଣ୍ଣୟ ନେଲେ ଜଣାଇବେ ବୋଲି କହିଛନ୍ତି । ଅନୁମାନ କରାଯାଉଛି କି ସେ ଦଳ ଛାଡି ପାରନ୍ତି । ଯଦି ଏହା ହେଲା ତେବେ ମମତାଙ୍କୁ ଆଉ ଏକ ଝଟକା ଲାଗିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?