Posted inଜାତୀୟ

ଗାଙ୍ଗୁଲି ହୋଇପାରନ୍ତି ଭାଜପାର ନୂଆ ଚେହେରା: ଗରିବଙ୍କ କଥା ବୁଝିପାରିବେ ନାହିଁ ଦାଦା

କୋଲକତା, ୨୫।୧୧: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ଦୀର୍ଘ ଦିନ ଧରି ଚର୍ଚ୍ଚା ହେଉଛି ଯେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ରାଜନୀତିରେ ପ୍ରବେଶ କରି ପଶ୍ଚିମବଙ୍ଗରେ ଭାଜପାର ଏକ ନୂଆ ଚେହେରା ହେବେ। ଏହି କଳ୍ପନାଜଳ୍ପନାକୁ ନେଇ ତୃଣମୂଳ କଂଗ୍ରେସ ଏମ୍‌ପି ସୌଗତ ରାୟ କହିଛନ୍ତି ଯେ ଯଦି ସୌରଭ ଏଭଳି ନିଷ୍ପତ୍ତି ନିଅନ୍ତି ତେବେ ସେ ଅତ୍ୟନ୍ତ ଦୁଃଖିତ ହେବେ। ସୌରଭ ଗାଙ୍ଗୁଲି ସମସ୍ତ ବଙ୍ଗୀୟମାନଙ୍କ ପାଇଁ ଏକ ଆଇକନ। ଯଦି ସେ ରାଜନୀତିରେ ପ୍ରବେଶ କରନ୍ତି ତେବେ ମୁଁ ଖୁସି ହେବି ନାହିଁ। ସେ ବଙ୍ଗଳାର ଏକମାତ୍ର କ୍ରିକେଟ ଅଧିନାୟକ ଥିଲେ। ଟିଭି ଶୋ’ ଯୋଗୁ ମଧ୍ୟରେ ସେ ବିଖ୍ୟାତ ଥିଲେ। ରାଜନୀତିରେ ତାଙ୍କର କୌଣସି ପୃଷ୍ଠଭୂମି ନାହିଁ, ତେଣୁ ସେ ଏଠାରେ ତିଷ୍ଠି ପାରିବେ ନାହିଁ। ଗାଙ୍ଗୁଲି ଦେଶ ତଥା ଗରିବ ଲୋକଙ୍କ ସମସ୍ୟା ବିଷୟରେ ଜାଣି ନାହାଁନ୍ତି। ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପାର କୌଣସି ପ୍ରାର୍ଥୀ ନାହାଁନ୍ତି, ସେଥିପାଇଁ ସେ ଏପରି କଥା ଆଲୋଚନା କରୁଛନ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଦୀର୍ଘ ଦିନ ଧରି ସୌରଭ ଗାଙ୍ଗୁଲି ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇପାରନ୍ତି ବୋଲି ଅନୁମାନ କରାଯାଉଛି। ତେବେ ଏହାର କୌଣସି ନିଶ୍ଚିତତା ନାହିଁ। ନିକଟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗରେ ଥିବାବେଳେ ତାଙ୍କୁ ମଧ୍ୟ ଏ ବିଷୟରେ ପଚରାଯାଇଥିଲା। କିନ୍ତୁ ଅମିତ ଶାହା ଏହାର ଉତ୍ତର ନ ଦେଇ କହିଛନ୍ତି ଯେ ଏପର୍ଯ୍ୟନ୍ତ କୌଣସି ଘଟଣା ଘଟି ନାହିଁ, ଯେତେବେଳେ ବି ନିଷ୍ପତ୍ତି ନିଆଯିବ ସୂଚନା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri