Posted inଜାତୀୟ

ବାମ ସରକାରର ସଂସ୍କରଣ ଟିଏମ୍‌ସି

ନୂଆଦିଲ୍ଲୀ, ୮।୨: ପଶ୍ଚିମବଙ୍ଗର ସାମ୍ପ୍ରତିକ ସ୍ଥିତି ପାଇଁ ସେଠାର ରାଜନୀତିକୁ ଦାୟୀ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କେବଳ ଭାଜପା ବେଙ୍ଗଲରେ ଅସଲ ପରିବର୍ତ୍ତନ ଆଣିପାରିବ ବୋଲି ସେ କହିଛନ୍ତି। ରବିବାର ହଳଦିଆଠାରେ ଏକ ରାଜନୈତିକ ର଼୍ୟାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ମମତା ବାନାର୍ଜୀ ସରକାର ପଶ୍ଚିମବଙ୍ଗରେ ବାମଦଳ ସରକାରର ଦ୍ୱିତୀୟ ସଂସ୍କରଣ। ମମତାଙ୍କ ଶାସନରେ ସାମ୍ପ୍ରଦାୟିକତାର ପୁନର୍ଜନ୍ମ ହୋଇଛି। ରାଜ୍ୟରେ ରାଜନୀତିର ଅପରାଧୀକରଣ ଏବଂ ପ୍ରଶାସନର ରାଜନୀତିକରଣର ଏହା ସୂଚନା । ନନ୍ଦିଗ୍ରାମରେ ଯେଉଁମାନେ ଗୁଳି ଚଳାଇଥିଲେ ସେମାନଙ୍କୁ କ’ଣ ପାଇଁ ମମତା ନିଜ ଦଳରେ ନେଇଛନ୍ତି, ତାହା ଟିଏମ୍‌ସିକୁ ପ୍ରଶ୍ନ କରିବାକୁ ରାଜ୍ୟବାସୀ ଚାହାନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
‘ଭାରତ ମାତା କୀ ଜୟ’ କହିଲେ ମମତା ଦିଦି ରାଗୁଛନ୍ତି। କିନ୍ତୁ ଦେଶ ବିରୋଧରେ କହୁତ୍ଥିବା ଲୋକଙ୍କ ପ୍ରତି ତାଙ୍କର କୌଣସି ପ୍ରତିକ୍ରିୟା ନାହିଁ। ଯୋଗ, ଭାରତରେ ପ୍ରସ୍ତୁତ ଚା’ ଏବଂ ଅନ୍ୟାନ୍ୟ ସାମଗ୍ରୀ ବିରୋଧରେ ଷଡ଼ଯନ୍ତ୍ର ଚାଲିଥିବାବେଳେ ମମତା ମୁହଁ ଖୋଲୁ ନ ଥିବା ମୋଦି କହିଥିଲେ। ନିର୍ବାଚନ ହେବାକୁ ଥିବା ପଶ୍ଚିମବଙ୍ଗକୁ ଏହା ଥିଲା ପ୍ରଧାନମନ୍ତ୍ରୀଙ୍କର ଦ୍ୱିତୀୟ ଗସ୍ତ। ସେ ହଳଦିଆରେ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିଃ ଦ୍ୱାରା ନିର୍ମିତ ଏଲ୍‌ପିଜି ଆମଦାନି ଟର୍ମିନାଲକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରିଥିଲେ। ଏହା ପୂର୍ବରୁ ଜାନୁୟାରୀ ୨୩ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମବାର୍ଷିକୀ ଅବସରରେ ଆୟୋଜିତ ପରିକ୍ରମା ଦିବସ ଉତ୍ସବରେ ପ୍ରଧାନମନ୍ତ୍ରୀ ଯୋଗ ଦେଇଥିଲେ।
ପ୍ରଧାନମନ୍ତ୍ରୀ ପ୍ରଥମେ ଆସାମ ଯାଇ ସେଠାରେ ଦୁଇଟି ହସ୍ପିଟାଲର ଶିଳାନ୍ୟାସ କରିବା ସହ ସୋନିତ୍‌ପୁର ଜିଲାର ଢେକିଆଜୁଲିଠାରେ ‘ଆସୋମ୍‌ ମାଳା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri