Posted inଜାତୀୟ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ହିଂସା: ଟିଏମ୍‌ସି କର୍ମୀଙ୍କ ମୃତ୍ୟୁ

କୋଲକାତା,୨ା୭: ପଞ୍ଚାୟତ ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଶାସକ ଏବଂ ବିରୋଧୀ ଦଳ କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଜଣେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) କର୍ମୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଉଭୟ ଦଳରୁ ଆହତ ହୋଇଛନ୍ତି। ଦକ୍ଷିଣ ୨୪ ପ୍ରଗଣା ଜିଲାର ଫୁଲମାଲଞ୍ଚା ଅଞ୍ଚଳରେ ଘଟିଥିବା ହିଂସାକାଣ୍ଡରେ ୫୨ ବର୍ଷୀୟ ଟିଏମ୍‌ସି କର୍ମୀ ଜିୟାରୁଲ ମୋଲ୍ଲା ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ହସ୍ପିଟାଲ ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୁଲ୍ଲା ଟିଏମ୍‌ସି ନେତା ଅମରୁଲା ଲସ୍କରଙ୍କ ଘନିଷ୍ଠ ସହଯୋଗୀ ଭାବେ ଜଣାଶୁଣା। ବିରୋଧୀ ଗୋଷ୍ଠୀ ମୁଲ୍ଲାଙ୍କୁ ବାରମ୍ବାର ଧମକ ଦେଉଥିବା ନେଇ ସେ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ହେଲେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିବାଳ ତାଙ୍କ ଝିଅ ମନଓ୍ବାରା ଅଭିଯୋଗ କରିଛନ୍ତି।

କଥଲବେରିଆ ପଞ୍ଚାୟତରୁ ମନଓ୍ବାରା ଟିଏମ୍‌ସି ପ୍ରାର୍ଥୀ ହୋଇଛନ୍ତି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମନଓ୍ବାରା ଦାବି କରିଛନ୍ତି। ଏହା ବ୍ୟତୀତ ପଶ୍ଚିମ ମେଦିନିପୁର ଜିଲାର ବିଭିନ୍ନ ସ୍ଥାନରେ ରବିବାର ଟିଏମ୍‌ସି ସହ ସିପିଆଇ(ଏମ୍‌) ଏବଂ ଆଇଏସ୍‌ଏଫ୍‌ ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ଘଟି ଅନୂ୍ୟନ ୧୦ ଜଣ ଆହତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri