Posted inଜାତୀୟ

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ ଯାଉଛି। ୨୯୪ ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମ୍ୟାଜିକ୍‌ ସଂଖ୍ୟା ୧୪୮ ହୋଇଥିବାବେଳେ ଗୈରିକ ଦଳ ୨୦୦ରୁ ଊର୍ଦ୍ଧ୍ୱ ଆସନରେ ଆଗୁଆ ରହି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ୧୫ ବର୍ଷ ଶାସନର ଅନ୍ତ ଘଟାଇବାକୁ ଯାଉଛି।
ପଶ୍ଚିମବଙ୍ଗରେ ୨ ପର୍ଯ୍ୟାୟରେ ଏପ୍ରିଲ ୨୩ ଓ ୨୯ରେ ଭୋଟଗ୍ରହଣ ହୋଇଥିବାବେଳେ ସର୍ବାଧିକ ୯୨ ପ୍ରତିଶତରୁ ଅଧିକ ମତଦାନ ହୋଇଥିଲା। ରାଜ୍ୟରେ ଚତୁର୍ଥ ଥର ପାଇଁ କ୍ଷମତା ବଜାୟ ରଖିବାକୁ ଟିଏମ୍‌ସି ଲକ୍ଷ୍ୟ ରଖିଥିବାବେଳେ ବିରୋଧୀ ଦଳ ଭାଜପା ସେଠାରେ କ୍ଷମତା ଦଖଲ କରିବାକୁ ଜୋରଦାର ପ୍ରତିଦ୍ୱନ୍ଦ୍ୱିତା କରୁଥିଲା। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ସମେତ ଅନେକ କେନ୍ଦ୍ରମନ୍ତ୍ରୀ ଓ ଭାଜପାର କେନ୍ଦ୍ରୀୟ ନେତୃତ୍ୱ ପଶ୍ଚିମବଙ୍ଗରେ ମାରାଥନ ପ୍ରଚାର କରିଥିଲେ। ଅଧିକାଂଶ ଏକ୍‌ଜିଟ୍‌ ପୋଲ୍‌ ଭାଜପା ସପକ୍ଷରେ ମତ ଦେଇଥିବାବେଳେ ୨ଟି ସଂସ୍ଥା ମମତାଙ୍କ ଟିଏମ୍‌ସି ଜିତିବ ବୋଲି ପୂର୍ବାନୁମାନ କରିଥିଲେ। ତେଣୁ ମମତା କ୍ଷମତା ବଜାୟ ରଖୁଛନ୍ତି କି ନାହିଁ ତାହାକୁ ନେଇ ଶେଷ ପର୍ଯ୍ୟନ୍ତ ଲୋକଙ୍କ ମନରେ ଉତ୍କଣ୍ଠା ଲାଗିରହିଥିଲା।
୨୦୨୧ ନିର୍ବାଚନରେ ୩୮ ପ୍ରତିଶତ ଭୋଟ ସହ ଭାଜପା ୭୭ ଆସନ ଜିତିଥିବାବେଳେ ଏଥର ଭୋଟ ଶେୟାର ପ୍ରାୟ ୪୫ ପ୍ରତିଶତକୁ ବଢ଼ିଛି। ଗୈରିକ ଦଳ ୨୦୦ ଆସନ ଅତିକ୍ରମ କରିବାକୁ ଯାଉଛି। ଅନ୍ୟପକ୍ଷରେ ଗତ ବିଧାନସଭା ନିର୍ବାଚନରେ ଶାସକ ଟିଏମ୍‌ସି ୪୮ ପ୍ରତିଶତ ଭୋଟ ପାଇଥିବାବେଳେ ଏଥର ତାହା ପାଖାପାଖି ୪୦.୪୯ ପ୍ରତିଶତକୁ ହ୍ରାସ ପାଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁର ଆସନରେ ଭାଜପାର ଶୁଭେନ୍ଦୁ ଅଧିକାରୀଙ୍କଠାରୁ ପଛରେ ରହିଛନ୍ତି। ନନ୍ଦିଗ୍ରାମ ଆସନରେ ମଧ୍ୟ ଶୁଭେନ୍ଦୁ ଟିଏମ୍‌ସିର ପବିତ୍ର କରଙ୍କଠାରୁ ୧,୫୦୦ରୁ ଊର୍ଦ୍ଧ୍ୱ ଭୋଟ ଆଗରେ ଅଛନ୍ତି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?