୧ ହଜାର ଦ୍ୱାଦଶ ଛାତ୍ରୀଛାତ୍ରଙ୍କୁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପ୍ରଦାନ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଦ୍ୱାଦଶ ଶ୍ରେଣୀର ୧୦୦୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ୨୦୨୦-୨୧ ଓ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ‘ପଠାଣି ସାମନ୍ତ ଗଣିତ ମେଧାବୃତ୍ତି’ ପ୍ରଦାନ କରାଯାଇଛି। ପ୍ରତ୍ୟେକଙ୍କୁ ୧୦ ହଜାର ଟଙ୍କା ଲେଖାଏ ମୋଟ୍‌ ୧ କୋଟି ଟଙ୍କା ଦିଆଯାଇଛି। ଏହି ବୃତ୍ତି ମାଟ୍ରିକ ପରୀକ୍ଷାରେ ସାମଗ୍ରିକ ଭାବରେ ଓ ବିଶେଷକରି ଗଣିତରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିବା ପାଇଁ ରାଜ୍ୟ ସରକାର ପ୍ରଦାନ କରିଥାନ୍ତି। ମୋଟ ୧,୦୨୭ଜଣ ଛାତ୍ରୀଛାତ୍ର ଷ୍ଟେଟ୍‌ ସ୍କଲାରଶିପ୍‌ ପୋର୍ଟାଲ https://scholarship.odisha.gov.inରେ ଆବେଦନ କରିଥିଲେ। ଅଧ୍ୟକ୍ଷଙ୍କ ସୁପାରିସ ଆଧାରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ୱାରା ୧ ହଜାର ମେଧାବୀଙ୍କୁ ବୃତ୍ତି ପ୍ରଦାନ କରାଯାଇଛି।
ସେହିପରି ୨୦୨୧-୨୨ ଶିକ୍ଷା ବର୍ଷରେ ଏକାଦଶ ଶ୍ରେଣୀରେ ଅଧ୍ୟୟନରତ ୧ ହଜାର ମେଧାବୀ ଛାତ୍ରୀଛାତ୍ରଙ୍କୁ ୫ହଜାର ଟଙ୍କା ଲେଖାଏ ‘ପଠାଣି ସାମନ୍ତ ଗଣିତ ମେଧାବୃତ୍ତି’ ପ୍ରଦାନ ପାଇଁ ଷ୍ଟେଟ୍‌ ସ୍କଲାରଶିପ୍‌ ପୋର୍ଟାଲ ମାଧ୍ୟମରେ ଆବେଦନ ପାଇଁ ସୋମବାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ଏକାଦଶ ଶ୍ରେଣୀରେ ଅଧ୍ୟୟନରତ ୧୦ହଜାର ଗରିବ ଓ ମେଧାବୀ ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୩ହଜାର ଟଙ୍କା ଲେଖାଏ କନିଷ୍ଠ ମେଧାବୃତ୍ତି ପ୍ରଦାନ ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ଆବେଦନ ପାଇଁ ଶେଷ ତାରିଖ ଡିସେମ୍ବର ୫ ରହିଥିଲା। କିନ୍ତୁ ଶେଷ ତାରିଖ ସୁଦ୍ଧା ମାତ୍ର ୧,୯୨୮ ଛାତ୍ରୀଛାତ୍ର ଆବେଦନ କରିଥିବାରୁ ଏହାକୁ ଆସନ୍ତା ୨୭ ତାରିଖକୁ ବୃଦ୍ଧି କରାଯାଇଛି। ଏହି ବୃତ୍ତି ପାଇଁ ସିବିଏସ୍‌ଇ, ଆଇସିଏସ୍‌ଇ, ସିଏଚ୍‌ଏସ୍‌ଇ ଆଦି ବୋର୍ଡ ଅଧୀନରେ ପଢୁଥିବା ଶତକଡ଼ା ୬୦ ପ୍ରତିଶତ ନମ୍ବର ରଖିଥିବା ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ଛାତ୍ରୀଛାତ୍ରମାନେ ବହୁ ସଂଖ୍ୟାରେ ଆବେଦନ କରିବା ପାଇଁ ଉତ୍ସାହିତ କରିବାକୁ ଅଧକ୍ଷମାନଙ୍କୁ ନିବେଦନ କରାଯାଇଛି। ଛାତ୍ରୀଛାତ୍ରମାନେ ଏହାର ସୁଯୋଗ ନେବା ସଙ୍ଗେ ସଙ୍ଗେ ଅଧ୍ୟୟନରେ ମନଯୋଗୀ ହୁଅନ୍ତୁ ବୋଲି ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri