୧ ହଜାର ଦ୍ୱାଦଶ ଛାତ୍ରୀଛାତ୍ରଙ୍କୁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପ୍ରଦାନ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଦ୍ୱାଦଶ ଶ୍ରେଣୀର ୧୦୦୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ୨୦୨୦-୨୧ ଓ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ‘ପଠାଣି ସାମନ୍ତ ଗଣିତ ମେଧାବୃତ୍ତି’ ପ୍ରଦାନ କରାଯାଇଛି। ପ୍ରତ୍ୟେକଙ୍କୁ ୧୦ ହଜାର ଟଙ୍କା ଲେଖାଏ ମୋଟ୍‌ ୧ କୋଟି ଟଙ୍କା ଦିଆଯାଇଛି। ଏହି ବୃତ୍ତି ମାଟ୍ରିକ ପରୀକ୍ଷାରେ ସାମଗ୍ରିକ ଭାବରେ ଓ ବିଶେଷକରି ଗଣିତରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିବା ପାଇଁ ରାଜ୍ୟ ସରକାର ପ୍ରଦାନ କରିଥାନ୍ତି। ମୋଟ ୧,୦୨୭ଜଣ ଛାତ୍ରୀଛାତ୍ର ଷ୍ଟେଟ୍‌ ସ୍କଲାରଶିପ୍‌ ପୋର୍ଟାଲ https://scholarship.odisha.gov.inରେ ଆବେଦନ କରିଥିଲେ। ଅଧ୍ୟକ୍ଷଙ୍କ ସୁପାରିସ ଆଧାରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ୱାରା ୧ ହଜାର ମେଧାବୀଙ୍କୁ ବୃତ୍ତି ପ୍ରଦାନ କରାଯାଇଛି।
ସେହିପରି ୨୦୨୧-୨୨ ଶିକ୍ଷା ବର୍ଷରେ ଏକାଦଶ ଶ୍ରେଣୀରେ ଅଧ୍ୟୟନରତ ୧ ହଜାର ମେଧାବୀ ଛାତ୍ରୀଛାତ୍ରଙ୍କୁ ୫ହଜାର ଟଙ୍କା ଲେଖାଏ ‘ପଠାଣି ସାମନ୍ତ ଗଣିତ ମେଧାବୃତ୍ତି’ ପ୍ରଦାନ ପାଇଁ ଷ୍ଟେଟ୍‌ ସ୍କଲାରଶିପ୍‌ ପୋର୍ଟାଲ ମାଧ୍ୟମରେ ଆବେଦନ ପାଇଁ ସୋମବାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ଏକାଦଶ ଶ୍ରେଣୀରେ ଅଧ୍ୟୟନରତ ୧୦ହଜାର ଗରିବ ଓ ମେଧାବୀ ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୩ହଜାର ଟଙ୍କା ଲେଖାଏ କନିଷ୍ଠ ମେଧାବୃତ୍ତି ପ୍ରଦାନ ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ଆବେଦନ ପାଇଁ ଶେଷ ତାରିଖ ଡିସେମ୍ବର ୫ ରହିଥିଲା। କିନ୍ତୁ ଶେଷ ତାରିଖ ସୁଦ୍ଧା ମାତ୍ର ୧,୯୨୮ ଛାତ୍ରୀଛାତ୍ର ଆବେଦନ କରିଥିବାରୁ ଏହାକୁ ଆସନ୍ତା ୨୭ ତାରିଖକୁ ବୃଦ୍ଧି କରାଯାଇଛି। ଏହି ବୃତ୍ତି ପାଇଁ ସିବିଏସ୍‌ଇ, ଆଇସିଏସ୍‌ଇ, ସିଏଚ୍‌ଏସ୍‌ଇ ଆଦି ବୋର୍ଡ ଅଧୀନରେ ପଢୁଥିବା ଶତକଡ଼ା ୬୦ ପ୍ରତିଶତ ନମ୍ବର ରଖିଥିବା ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ଛାତ୍ରୀଛାତ୍ରମାନେ ବହୁ ସଂଖ୍ୟାରେ ଆବେଦନ କରିବା ପାଇଁ ଉତ୍ସାହିତ କରିବାକୁ ଅଧକ୍ଷମାନଙ୍କୁ ନିବେଦନ କରାଯାଇଛି। ଛାତ୍ରୀଛାତ୍ରମାନେ ଏହାର ସୁଯୋଗ ନେବା ସଙ୍ଗେ ସଙ୍ଗେ ଅଧ୍ୟୟନରେ ମନଯୋଗୀ ହୁଅନ୍ତୁ ବୋଲି ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri