ଜି-୨୦ ବୈଠକରେ ଯୋଗଦେବାକୁ ଭାରତ ଆସିବେନି ଜାପାନ ବୈଦେଶିକ ମନ୍ତ୍ରୀ…

ଟୋକିଓ,୨୮।୨ : ବୁଧବାର ଠାରୁ ଭାରତରେ ଆରମ୍ଭ ହେବାକୁ ଥିବା ଜି-୨୦ ଦେଶର ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଜାପାନର ବୈଦେଶିକ ମନ୍ତ୍ରୀ ୟୋସିମାସା ହାୟାଶି ଯୋଗଦେବେ ନାହିଁ। ଜାପାନ ସଂସଦରେ ବଜେଟ ଉପରେ ଆଲୋଚନା ହେବ। ସେହି କାରଣରୁ ଜାପାନର ବ ବୈଦେଶିକ ମନ୍ତ୍ରୀ ଜି-୨୦ ବୈଠକ ପାଇଁ ଭାରତ ଗସ୍ତକୁ ବାତିଲ କରିଛନ୍ତି।

ତେବେ ଜାପାନ ବୈଦେଶିକ ମନ୍ତ୍ରୀ ଶୁକ୍ରବାର ଦିନ କ୍ୱାଡ ଦେଶର ବୈଠକରେ ଯୋଗଦେବେ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଜାପାନର ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଜାପାନର ବୈଦେଶିକ ମନ୍ତ୍ରୀଙ୍କ ସ୍ଥାନରେ ଜଣେ ଉପ ମନ୍ତ୍ରୀ ଏହି ବୈଠକରେ ଯୋଗ ଦେଇପାରନ୍ତି।

ଦେଶରେ ଜାପାନ ସରକାରଙ୍କ ଏହି ପଦକ୍ଷେପକୁ ବିରୋଧ ଆରମ୍ଭ ହୋଇଛି। ଜାପାନ ଗଣମାଧ୍ୟମ କହିଛି ଯେ ଜାପାନ ଚୀନ ବିରୋଧରେ ଏହାର ସୁରକ୍ଷା ତଥା ଭାରତ ସହ ସହଭାଗିତାକୁ ମଜବୁତ କରିବାରେ ବ୍ୟସ୍ତ ଅଛି। ଏଥି ସହିତ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି, ଏପରି ସମୟରେ ଜାପାନର ବୈଦେଶିକ ମନ୍ତ୍ରୀ ଜି-୨୦ ବୈଠକରେ ଅଂଶଗ୍ରହଣ ନ କଲେ ଜି-୨୦ ଦେଶକୁ ଭୁଲ ବାର୍ତ୍ତା ଯିବ। ଜାପାନର ବହୁ ଜନ ପ୍ରତିନିଧୀ ଏବଂ ସେଠାରେ ଥିବା ଲୋକମାନେ ମଧ୍ୟ ବିଶ୍ୱାସ କରନ୍ତି ଯେ ଭାରତରେ ଆୟୋଜିତ ହେବାକୁ ଥିବା ଜି-୨୦ ବୈଠକରେ ଯୋଗ ନ ଦେଇ ବୈଦେଶିକ ମନ୍ତ୍ରୀ ଏକ ଭଲ ସୁଯୋଗ ହରାଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା…

୨ ବର୍ଷ ହେଲାଣି ବିଦ୍ୟୁତ କେବୁଲ ସଂଯୋଗ ପାଇଁ ଦାବି କରୁଛନ୍ତି ହିତାଧିକାରୀ: ପୂରଣ ହେଉନି..

କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଟିଡିପିଏଲ ଅଧୀନସ୍ଥ ବାଲସି, ମଶାଣିବନ୍ଧ, କାଣ୍ଡେଲ ସମେତ ବ୍ଲକର ବିଭିନ୍ନ ଗ୍ରାମରେ ଦୁଇ ବର୍ଷରୁ ଉଦ୍ଧର୍‌ବ ହେଲା ନୂଆ ଖମ୍ବ…

ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ…

ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ…

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ।…

DSP-୧.୨ କୋଟି, BDO-୯୦ ଲକ୍ଷ… ବିକ୍ରି ହେଉଛି ଚାକିରି, ବିଧାୟକ ଆଣିଲେ ସାଂଘାତିକ ଅଭିଯୋଗ

ରାଞ୍ଚି,୬।୮: ଝାଡ଼ଖଣ୍ଡର ରାଞ୍ଚିରେ ଛାତ୍ର ପ୍ରତିବାଦ କ୍ରମାଗତ ଭାବରେ ତୀବ୍ର ହେବାରେ ଲାଗିଛି। JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ପ୍ରତିବାଦ କରିବା ପାଇଁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri