ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ତଦନ୍ତ କରାଯାଉ

ଭୁବନେଶ୍ୱର, ୧୭।୭(ସୁନିତ୍‌ ମିଶ୍ର): ରଥଯାତ୍ରା ସମୟରେ ଯେଉଁସବୁ ଅଭାବନୀୟ ଘଟଣା ଘଟିଗଲା ତାହାକୁ ନେଇ କଂଗ୍ରେସ ପକ୍ଷରୁ କ୍ଷୋଭ ପ୍ରକାଶ କରାଯାଇଛି। ମହାପ୍ରଭୁ ବଳଭଦ୍ର ଆଡ଼ପ ମଣ୍ଡପ ପହଣ୍ଡି ସମୟରେ ଚାରମାଳ ଉପରେ ମୁହଁମାଡ଼ି ପକାଇଦେବା ଘଟଣା ଅନେକ କୋଟି ଜଗନ୍ନାଥପ୍ରେମୀଙ୍କୁ ଗଭୀର ମାନସିକ ଆଘାତ ଦେଇଛି। ସରକାର ଏହି ଘଟଣାକୁ ମହାପ୍ରଭୁଙ୍କ ଲୀଳା ବୋଲି କହି ଦୋଷ ଲୁଚାଇବାକୁ ଯେଉଁ ଅପଚେଷ୍ଟା କରିଛନ୍ତି ତାହା ଦୁର୍ଭାଗ୍ୟଜନକ। ତେଣୁ ଏହି ଘଟଣା ପାଇଁ ଦାୟୀ କିଏ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି। ଉକ୍ତ ଘଟଣାରେ ସରକାର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ଏହାର ତଦନ୍ତକରି ସତ ସାମ୍ନାକୁ ଆଣନ୍ତୁ ଓ ସମ୍ପୃକ୍ତ ଦୋଷୀଙ୍କୁ ଉଚିତ ଦଣ୍ଡ ଦିଆଯାଉ ବୋଲି ଶରତ କହିଛନ୍ତି। କଂଗ୍ରେସ ଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି, ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ ରନତ୍ଭଣ୍ଡାରର ଗଣତି, ମଣତି ଓ ମରାମତି ପ୍ରସଙ୍ଗରେ କଂଗ୍ରେସ ସର୍ବପ୍ରଥମେ ଦାବିକରି ଆସୁଥିଲା। ଏଥିପାଇଁ ତୁଳସୀ ଯାତ୍ରା ଏବଂ ସତ୍ୟାଗ୍ରହ କରି ଅନେକ କାର୍ଯ୍ୟକ୍ରମ କରିଥିଲା। ରାଜ୍ୟ ସରକାର ଚାରିଦ୍ୱାର ଖୋଲିଛନ୍ତି ସତ, ମନ୍ଦିର ଭିତରେ ଭିଡ଼ ପରିଚାଳନା କରିବା ଦିଗରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। କେବେ ସୁଦ୍ଧା ଗଣତି ମଣତି କାମ ସାରିବେ ତାହା ସ୍ପଷ୍ଟ କରନ୍ତୁ। ରାଜ୍ୟପାଳଙ୍କ ପୁଅ ଜଣେ ଓଡ଼ିଆ କାର୍ଯ୍ୟରତ ଏଏସ୍‌ଓଙ୍କୁ ଯେଭଳି ସଂଘବଦ୍ଧ ଆକ୍ରମଣକରି ଲହୁଲୁହାଣ କଲେ ତାହା କ’ଣ ଓଡ଼ିଆ ଅସ୍ମିତାର ପରିଚୟ କି। ରକ୍ଷକ ଯେତେବେଳେ ଭକ୍ଷକ ହୁଏ ସେତେବେଳେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୁଏ। ଅଣଓଡ଼ିଆ ଲୋକ ଓଡ଼ିଆ ଲୋକଙ୍କୁ ବାଡ଼େଇଥିବାରୁ ମୁଖ୍ୟମନ୍ତ୍ରୀ ଏ କ୍ଷେତ୍ରରେ ନୀରବଦ୍ରଷ୍ଟା ରହିବା କି ପ୍ରକାର ଓଡ଼ିଆ ଅସ୍ମିତା ବୋଲି ସେ ପ୍ରଶ୍ନ କରିଛନ୍ତି।
ପୂର୍ବତନ ସଭାପତି ପ୍ରସାଦ ହରିଚନ୍ଦନ କହିଛନ୍ତି, ଚାରମାଳ ଉପରେ ମହାପ୍ରଭୁ ବଳଭଦ୍ର ପଡ଼ିବା ଘଟଣାରେ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଜଣେ ଅବସରପ୍ରାପ୍ତ ଉଚ୍ଚ ନ୍ୟାୟାଳୟ ବିଚାରପତିଙ୍କ ଦ୍ୱାରା ତଦନ୍ତକରି ବିହିତ ପଦକ୍ଷେପ ନିଆଯାଉ। ରତ୍ନଭଣ୍ଡାରର ଗଣତି ମଣତି ସହ ଅଳଙ୍କାରଗୁଡ଼ିକ ତାଲିକାଭୁକ୍ତ କରାଯାଇ ଏ ସମ୍ପର୍କରେ ସରକାର ତୁରନ୍ତ ଏକ ଶ୍ୱେତପତ୍ର ପ୍ରକାଶ କରିବାକୁ ହରିଚନ୍ଦନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri