ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ତଦନ୍ତ କରାଯାଉ

ଭୁବନେଶ୍ୱର, ୧୭।୭(ସୁନିତ୍‌ ମିଶ୍ର): ରଥଯାତ୍ରା ସମୟରେ ଯେଉଁସବୁ ଅଭାବନୀୟ ଘଟଣା ଘଟିଗଲା ତାହାକୁ ନେଇ କଂଗ୍ରେସ ପକ୍ଷରୁ କ୍ଷୋଭ ପ୍ରକାଶ କରାଯାଇଛି। ମହାପ୍ରଭୁ ବଳଭଦ୍ର ଆଡ଼ପ ମଣ୍ଡପ ପହଣ୍ଡି ସମୟରେ ଚାରମାଳ ଉପରେ ମୁହଁମାଡ଼ି ପକାଇଦେବା ଘଟଣା ଅନେକ କୋଟି ଜଗନ୍ନାଥପ୍ରେମୀଙ୍କୁ ଗଭୀର ମାନସିକ ଆଘାତ ଦେଇଛି। ସରକାର ଏହି ଘଟଣାକୁ ମହାପ୍ରଭୁଙ୍କ ଲୀଳା ବୋଲି କହି ଦୋଷ ଲୁଚାଇବାକୁ ଯେଉଁ ଅପଚେଷ୍ଟା କରିଛନ୍ତି ତାହା ଦୁର୍ଭାଗ୍ୟଜନକ। ତେଣୁ ଏହି ଘଟଣା ପାଇଁ ଦାୟୀ କିଏ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି। ଉକ୍ତ ଘଟଣାରେ ସରକାର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ଏହାର ତଦନ୍ତକରି ସତ ସାମ୍ନାକୁ ଆଣନ୍ତୁ ଓ ସମ୍ପୃକ୍ତ ଦୋଷୀଙ୍କୁ ଉଚିତ ଦଣ୍ଡ ଦିଆଯାଉ ବୋଲି ଶରତ କହିଛନ୍ତି। କଂଗ୍ରେସ ଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି, ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ ରନତ୍ଭଣ୍ଡାରର ଗଣତି, ମଣତି ଓ ମରାମତି ପ୍ରସଙ୍ଗରେ କଂଗ୍ରେସ ସର୍ବପ୍ରଥମେ ଦାବିକରି ଆସୁଥିଲା। ଏଥିପାଇଁ ତୁଳସୀ ଯାତ୍ରା ଏବଂ ସତ୍ୟାଗ୍ରହ କରି ଅନେକ କାର୍ଯ୍ୟକ୍ରମ କରିଥିଲା। ରାଜ୍ୟ ସରକାର ଚାରିଦ୍ୱାର ଖୋଲିଛନ୍ତି ସତ, ମନ୍ଦିର ଭିତରେ ଭିଡ଼ ପରିଚାଳନା କରିବା ଦିଗରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। କେବେ ସୁଦ୍ଧା ଗଣତି ମଣତି କାମ ସାରିବେ ତାହା ସ୍ପଷ୍ଟ କରନ୍ତୁ। ରାଜ୍ୟପାଳଙ୍କ ପୁଅ ଜଣେ ଓଡ଼ିଆ କାର୍ଯ୍ୟରତ ଏଏସ୍‌ଓଙ୍କୁ ଯେଭଳି ସଂଘବଦ୍ଧ ଆକ୍ରମଣକରି ଲହୁଲୁହାଣ କଲେ ତାହା କ’ଣ ଓଡ଼ିଆ ଅସ୍ମିତାର ପରିଚୟ କି। ରକ୍ଷକ ଯେତେବେଳେ ଭକ୍ଷକ ହୁଏ ସେତେବେଳେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୁଏ। ଅଣଓଡ଼ିଆ ଲୋକ ଓଡ଼ିଆ ଲୋକଙ୍କୁ ବାଡ଼େଇଥିବାରୁ ମୁଖ୍ୟମନ୍ତ୍ରୀ ଏ କ୍ଷେତ୍ରରେ ନୀରବଦ୍ରଷ୍ଟା ରହିବା କି ପ୍ରକାର ଓଡ଼ିଆ ଅସ୍ମିତା ବୋଲି ସେ ପ୍ରଶ୍ନ କରିଛନ୍ତି।
ପୂର୍ବତନ ସଭାପତି ପ୍ରସାଦ ହରିଚନ୍ଦନ କହିଛନ୍ତି, ଚାରମାଳ ଉପରେ ମହାପ୍ରଭୁ ବଳଭଦ୍ର ପଡ଼ିବା ଘଟଣାରେ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଜଣେ ଅବସରପ୍ରାପ୍ତ ଉଚ୍ଚ ନ୍ୟାୟାଳୟ ବିଚାରପତିଙ୍କ ଦ୍ୱାରା ତଦନ୍ତକରି ବିହିତ ପଦକ୍ଷେପ ନିଆଯାଉ। ରତ୍ନଭଣ୍ଡାରର ଗଣତି ମଣତି ସହ ଅଳଙ୍କାରଗୁଡ଼ିକ ତାଲିକାଭୁକ୍ତ କରାଯାଇ ଏ ସମ୍ପର୍କରେ ସରକାର ତୁରନ୍ତ ଏକ ଶ୍ୱେତପତ୍ର ପ୍ରକାଶ କରିବାକୁ ହରିଚନ୍ଦନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?