‘ଉତ୍ତମ କଳାକାର ହେବା ପାଇଁ ଶିକ୍ଷକ ପ୍ରେରଣାର ଉତ୍ସ ହେବା ଆବଶ୍ୟକ’

ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶୁକ୍ରବାର ଚିତ୍ରକଳା ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର ଦିଲ୍ଲୀପ କୁମାର ଖୁଣ୍ଟିଆଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ କଳାଶିକ୍ଷକ ଅକ୍ଷୟ କୁମାର ସେଠୀଙ୍କ ମାର୍ଗଦର୍ଶନରେ ବି. ଏଡ୍‌. ପ୍ରଥମ ବର୍ଷର ୧୦୦ ଛାତ୍ରୀଛାତ୍ର ଚିତ୍ରକଳା ପ୍ରଦର୍ଶନ କରିଥିଲେ। ସମ୍ମାନିତ ଅତିଥି ଭାବେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ସଂସ୍କୃତିରତ୍ନ ଗୁରୁ ନାରାୟଣ ମହାରଣା ଯୋଗଦେଇ ମହାବିଦ୍ୟାଳୟର କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ଜଣେ ଶିକ୍ଷକ ପାଇଁ ଚିତ୍ରକଳାର ଆବଶ୍ୟକତାକୁ ଅନୁଭବ କରି ଶ୍ରେଣୀ କକ୍ଷରେ ଉତ୍ତମ କଳାକାର ହେବାପାଇଁ ଶିକ୍ଷକ ପ୍ରେରଣାର ଉତ୍ସ ହେବା ଆବଶ୍ୟକ ବୋଲି ବକ୍ତା କହିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ମହାବିଦ୍ୟାଳୟ ସହକାରୀ ପ୍ରଫେସର ଡକ୍ଟର ରଞ୍ଜନ କୁମାର ନାୟକ, ଅମିତ ମିସାଲ , କେ. ପ୍ରକାଶ ରେଡ୍ଡୀ, ଡକ୍ଟର ସତ୍ୟବାଦୀ ମାର୍ଥା, ପ୍ରକାଶ କୁମାର ସାହୁ , ସସ୍ମିତା ବେହେରା, ଶ୍ରୀହର୍ଷ ବାଲା, ଅଶ୍ୱିନୀ କୁମାର ସାହୁ, ବନଲତା ସାମଲ ଓ ଅଣଶିକ୍ଷକ କର୍ମଚାରୀ ଜ୍ୟୋତ୍ସ୍ନା କର,ଶ୍ରୀ ମାନସ ସାଗର ବେହେରା, ଏମ. ରମେଶ କୁମାର, ରଙ୍କନିଧି ସାହୁ ଏବଂ ମନୁ ନାଏକ ସହଯୋଗ କରିଥିଲେ। ମହାବିଦ୍ୟାଳୟର ପ୍ରଥମ ଏବଂ ଦିତୀୟ ବର୍ଷର ପ୍ରାୟ ଦୁଇ ଶହ ଏଥିରେ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।

ପ୍ରକାଶଯୋଗ୍ୟ, ସରକାରୀ ସୋମନାଥ ଅଭ୍ୟାସ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଛାତ୍ରୀଛାତ୍ରମାନେ ଉକ୍ତ ପ୍ରଦର୍ଶିତ ଚିତ୍ର କଳାଗୁଡ଼ିକ ଦେଖି ଭରପୁର ମଜା ଉଠାଇଥିଲେ। ପରିଶେଷରେ ପ୍ରଥମ ବର୍ଷର ସମସ୍ତ ଶିକ୍ଷାର୍ଥୀମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri