ନୟାପଲ୍ଲୀରେ ଡ୍ରେନ୍‌ ନିର୍ମାଣ ପାଇଁ ଭୂମିପୂଜନ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ନୟାପଲ୍ଲୀ ୩୭ ନଂ. ୱାର୍ଡର ଶ୍ରୀରାମ ବିହାର ଆପାର୍ଟମେଣ୍ଟ ଭିତରେ ଡ୍ରେନ କାର୍ଯ୍ୟ ଭୂମିପୂଜନ କରିବା ସହ କାର୍ଯ୍ୟ ଆରମ୍ଭ ହୋଇଛି। ୟୁନିଟ-୮ ଓ ୩୯ ନଂ. ୱାର୍ଡର ବର୍ଷା ପାଣି ଏହି ଆପାର୍ଟମେଣ୍ଟ ମଧ୍ୟ ଭାଗରେ ପୁରୁଣା ଡ୍ରେନ ଦେଇ ପ୍ରବାହିତ ହୋଇଥାଏ। ଅନେକ ବର୍ଷ ଧରି ବର୍ଷାଦିନେ ଆପାର୍ଟମେଣ୍ଟ ପରିସର ଓ ପାର୍କିଂ ଅଞ୍ଚଳ ଜଳମଗ୍ନ ହେଉଥିଲା। ମେୟର ସୁଲୋଚନା ଦାସ ପୂର୍ବରୁ ସ୍ଥିତି ସମୀକ୍ଷା କରିଥିବାବେଳେ ମଙ୍ଗଳବାର ଏହାର ଭୂମିପୂଜନ କରିଛନ୍ତି। କର୍ପୋରେଟର ବନ୍ଦିତା ପାଲଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଡ୍ରେନ ନିର୍ମାଣ ପାଇଁ ୧୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କଲ୍ୟାଣ ମଣ୍ଡପ ପାଖରୁ ୧୨୦ ବାଟାଲିୟନ ଦେଇ ନୂତନ ଡ୍ରେନ କାମ ପୂର୍ତ୍ତ ବିଭାଗ ଆରମ୍ଭ କରିବ, ଯାହା ଦ୍ୱାରା ସମସ୍ତ ପାଣି ନୂଆସାହି ଭିତରକୁ ପ୍ରବେଶ କରିବ ନାହିଁ। ଆସନ୍ତା ୨ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ସାରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଅନ୍ୟ ଏକ ଡ୍ରେନ ଆଖଣ୍ଡଳମଣି ମନ୍ଦିର ପାଖରୁ ସୀତାପୁର ବସ୍ତି ଦେଇ ଡ୍ରେନ ନଂ.୧୦କୁ ଆଣିବାକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ଏସି) ପକ୍ଷରୁ ଯୋଜନା କରାଯାଉଥିତ୍ବା ସୂଚନା ମିଳିଛି। ଏହାଦ୍ୱାରା ଆପାର୍ଟମେଣ୍ଟ ଭିତରକୁ ମାତ୍ରାଧିକ ଜଳ ପ୍ରବେଶ କରିବ ନାହିଁ ବୋଲି ଆଶା କରାଯାଉଛି। ନୟାପଲ୍ଲୀକୁ ପ୍ରବେଶ କରୁଥିବା ବାହ୍ୟଜଳକୁ ନିଷ୍କାସନ ନେଇ ମାଷ୍ଟରପ୍ଲାନ ପ୍ରସ୍ତୁତ କକରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri