ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ତତ୍ପର: କୂଳକୁ ଫେରିଲା ଟ୍ରଲର, ଦୀଘାରେ ଏନ୍‌ଡିଆରଏଫ୍‌ର ସଚେତନତା

ଭୋଗରାଇ,୨୩ା୫(ଡି.ଏନ୍‌.ଏ.): ଆସୁଛି ବାତ୍ୟା ୟାସ୍‌। ବାଲେଶ୍ୱର ଉପକୂଳ ସହିତ ପଶ୍ଚିମବଙ୍ଗ ପୂର୍ବ ମେଦିନାପୁର ସମୁଦ୍ର କୂଳରେ ଏହି ଭୟଙ୍କର ସାମୁଦ୍ରିକ ଝଡ଼ ସ୍ଥଳଭାଗ ଛୁଇଁବା ନେଇ ସମ୍ଭାବନା ଥିବାରୁ ଦୁଇରାଜ୍ୟର କୂଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳିଆ ଗଁାଗୁଡ଼ିକର ଜନସାଧାରଣଙ୍କୁ ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସତର୍କ କରାଯାଉଛି। ୨୦ଟି ବାତ୍ୟା ଆଶ୍ରୟସ୍ଥଳୀ ସହିତ ୧୬୦ଟି ସ୍କୁଲକୁ ବାତ୍ୟା ପ୍ରଭାବିତ ଗାଁଗୁଡିକ ଲୋକଙ୍କୁ ରଖାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡ଼ିଛନ୍ତି। ଆବଶ୍ୟକ ଖାଦ୍ୟ, ପାନୀୟ ଜଳ, ଜେନେରେଟର ମହଜୁଦ ରଖାଯାଇଛି ବୋଲି ସରକାରୀ ଅଧିକାରୀ ଜଣାଇଛନ୍ତି । ଅପରପକ୍ଷରେ ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳରେ ୪ଟି ଏନ୍‌ଡିଆର୍‌ଏଫ୍‌ କମ୍ପାନୀ ପହଞ୍ଚତ୍ ଉପକୂଳବାସୀଙ୍କୁ ସତର୍କ ହେବାକୁ ପ୍ରଚାର କରୁଛନ୍ତି । ରବିବାର ସକାଳ ସୁଦ୍ଧା ସମସ୍ତ ମାଛମରା ଟ୍ରଲର ଓ ଡଙ୍ଗା କୂଳରେ ପହଞ୍ଚତ୍ଛି l ସମସ୍ତ ପ୍ରତିକୂଳ ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରଶାସନ ସଜାଗ ରହିଛି ବୋଲି ଭୋଗରାଇ ତହସିଲଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri