‘ଢିଙ୍କିଆକୁ ନିନ୍ଦିତ କରା ନ ଯାଉ’

କୁଜଙ୍ଗ,୧୭।୪(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶର ଜନସାଧାରଣ ଶାନ୍ତିପ୍ରିୟ ଓ ନିରୀହ ହୋଇଥିବାବେଳେ ବାହାର ଅଞ୍ଚଳର କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ନିଜକୁ ଜନ ଆନ୍ଦୋଳନର ନେତା କହି ସ୍ଥାନୀୟ ଲୋକଙ୍କ ମଧ୍ୟରେ ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି। ସେମାନଙ୍କ ପ୍ରରୋଚନାରେ ପଡ଼ି ଢିଙ୍କିଆରେ ରକ୍ତପାତ ହେବା ସହ ଭାଇଚାରା ନଷ୍ଟ ହେଉଛି ବୋଲି ଢିଙ୍କିଆ ମା’ଫୁଲଖାଇ ସୁରକ୍ଷା କମିଟି ପକ୍ଷରୁ ଅଭିଯୋଗ କରାଯାଇଛି। ଢିଙ୍କିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଶନିବାର କମିଟି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା। ଏଥିରେ ସୁରକ୍ଷା କମିଟି ଉପଦେଷ୍ଟା ନିର୍ଭୟ ସାମନ୍ତରାୟ ଅଧ୍ୟକ୍ଷତା କରିଥିଲେ। ପୂର୍ବତନ ସରପଞ୍ଚ ଶିଶିର ମହାପାତ୍ର, ଗ୍ରାମ କମିଟି ସଭାପତି ନୃସିଂହ ରାଉତ ପ୍ରମୁଖ ଯୋଗଦେଇ ଗ୍ରାମରେ ବିଶୃଙ୍ଖଳା ସୃଷ୍ଟି କଲେ ଜନ ଆନ୍ଦୋଳନର ନେତା କହୁଥିବା ବ୍ୟକ୍ତିମାନଙ୍କ ପରିସ୍ଥିତି ଭୟାବହ ହେବ ବୋଲି ଚେତାବନୀ ଦେଇଥିଲେ। ଏଥିସହ ଢିଙ୍କିଆକୁ ବିଶ୍ୱଦରବାରରେ ନିନ୍ଦିତ ନ କରିବାକୁ ସେମାନେ ନିବେଦନ କରିଛନ୍ତି।
କମିଟି ପକ୍ଷରୁ ସମ୍ମିଳନୀରେ କୁହାଯାଇଛି, ଢିଙ୍କିଆବାସୀ ଏବେ କୃଷିନୀତିକୁ ଛାଡ଼ି ଶିଳ୍ପନୀତି ଧରିବାକୁ ଯାଉଛନ୍ତି। ମାତ୍ର ପୋସ୍କୋ ସମୟରୁ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ପର୍ଯ୍ୟନ୍ତ କେତେଜଣ ବ୍ୟକ୍ତି ଗ୍ରାମକୁ ଆସି ଲୋକଙ୍କୁ ଉସ୍‌କାଇ ଶିଳ୍ପବିରୋଧୀ କାର୍ଯ୍ୟ କରୁଛନ୍ତି। ପୋସ୍କୋ ସମୟରେ ଏଭଳି ତଥାକଥିତ ଜନ ଆନ୍ଦୋଳନକାରୀ ନେତାଙ୍କ ପାଇଁ ୫ ଜଣଙ୍କ ମୁଣ୍ଡ ଗଡ଼ିଥିଲା। ସେମାନଙ୍କ ପାଇଁ ଜାନୁୟାରୀ ୧୪ରେ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ନେଇ ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏସବୁ ନେତାମାନେ ସାଧାରଣ ଲୋକଙ୍କୁ ମୋହର କରି ନିଜ ସମ୍ପତ୍ତି ବଢ଼େଇ ଚାଲିଥିବାବେଳେ ନିରୀହ ଜନତା କଷ୍ଟ ପାଉଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଏହି ଖବରଦାତା ସମ୍ମିଳନୀରେ ନିତ୍ୟାନନ୍ଦ ସ୍ବାଇଁ, ଅକ୍ଷୟ ବେହେରା, ସଂଗ୍ରାମ ସ୍ବାଇଁ, ପ୍ରଶାନ୍ତ ଲେଙ୍କା, ପୁଷ୍କକ ଦାସ, ରାଜୀବ ସାହୁ, ବିବେକ ସ୍ବାଇଁ, ଅକ୍ଷୟ ଦାସ ଓ କୁମର ମଲ୍ଲିକଙ୍କ ସମତେ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri