ମା’ କ୍ଷୀର ବୃଦ୍ଧି ଲାଗି

ଶିଶୁର ଶାରୀରିକ ବିକାଶ ଲାଗି ଆବଶ୍ୟକ ସମସ୍ତ ଉପାଦାନ ତା’କୁ ମା’ କ୍ଷୀରରୁ ମିଳିଥାଏ। ହେଲେ କେତେକ ମା’ଙ୍କ କ୍ଷେତ୍ରରେ କ୍ଷୀର କ୍ଷରଣ କମ ହେବା ଫଳରେ ଶିଶୁକୁ ଆବଶ୍ୟକ ମାତ୍ରାରେ କାର୍ବୋହାଇଡ୍ରେଟ୍‌, କ୍ୟାଲ୍‌ସିଅମ୍‌, ପ୍ରୋଟିନ୍‌, ମିନେରାଲ୍ସ, ଭିଟାମିନ୍ସ ଭଳି ସମସ୍ତ ଆବଶ୍ୟକ ପୋଷକ ତତ୍ତ୍ୱ ଅଭାବ ହୋଇଥାଏ। ଯାହାକୁ ଭରଣା କରିବା ଲାଗି ମା’କୁ ନିଜ ଖାଦ୍ୟ ପ୍ରତି ବିଶେଷ ଧ୍ୟାନ ଦେବାକୁ ପଡିବ। ମନେ ରଖନ୍ତୁ ଅନେକେ ଭାବନ୍ତି ନିର୍ଦ୍ଧିଷ୍ଟ ଖାଦ୍ୟ କିମ୍ବା ଭିଟାମିନ୍‌ ଔଷଧ, ପ୍ରୋଟିନ୍‌ ପାଉଡର, ଆଡିଶନାଲ ଫୁଡ୍‌ ସପ୍ଲିମେଣ୍ଟ ଇତ୍ୟାଦି ଖାଇଲେ ମା’ ଶରୀରିକ ଆବଶ୍ୟକତା ଭରଣା କରିହେବା ସହ କ୍ଷୀର ଅଧିକ ହେବ। କେହି କେହି ସ୍ତନ୍ୟଦାତ୍ରୀ ମା’ଙ୍କୁ ଏହା ଖାଇବା ଠିକ୍‌ ନୁହେଁ, ଏହା ଖାଇଲେ ଶିଶୁର ଝାଡା ହେବ, ଦେହ ଖରାପ ହେବ ଇତ୍ୟାଦି କହିଥାନ୍ତି। ହେଲେ ବାସ୍ତବରେ ଏସବୁ ଏକ ଭ୍ରାନ୍ତ ଧାରଣା ଯାହାକୁ ସୋସିଓ କଲ୍ଚରାଲ୍‌ ଆସ୍ପେକ୍ଟ୍‌ସ୍‌ ଅଫ୍‌ ଫୁଡ୍‌’ ବା ଆମ ଖାଦ୍ୟ ଅଭ୍ୟାସରେ ସାମାଜିକ ଓ ସାଂସ୍କୃତିକ କାରକଗୁଡିକର ପ୍ରଭାବ କୁହାଯାଏ। ତେଣୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଠିକ୍‌ ପରିମାଣରେ କ୍ଷୀର ହେବା ସହ ମା’ ଶରୀର ସୁସ୍ଥ ରହିବା ଲାଗି ମା’କୁ ସବୁବେଳେ ପେଟ ପୁରାଇ ଖାଇବା ଦରକାର ଏବଂ ଯାହାବି ପୂର୍ବରୁ ଖାଉଥିଲେ ତା’ଠାରୁ ଅଧିକ ପରିମାଣରେ ଖାଦ୍ୟ ଆବଶ୍ୟକ। ଅର୍ଥାତ୍‌ ଦୈନିକ ଭାତ, ଡାଲି, କ୍ଷୀର, ତେଲ, ଘିଅ ଏବଂ ଚିନି, ଗୁଡ଼ ଆଦି ଖାଦ୍ୟର ମାତ୍ରା ବଢାଇବା ଆବଶ୍ୟକ। ଏହା ବ୍ୟତୀତ ରୁଟି, ଦୁଧ, ଛେନା, ଫଳ, ଶାଗୁ, ଲାଉ, ସନ୍ତୁଳା ଓ ତଟକା ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ଫଳରସଠୁ ଆରମ୍ଭକରି ଅନ୍ୟ ସବୁ ପ୍ରକାର ଖାଦ୍ୟ ବି ଖାଇବା ଦରକାର। ଏ ସମୟରେ ପ୍ରଚୁର ପାଣି ପିଇବା ଦରକାର। ତେବେ ସାଧାରଣତଃ ସ୍ବାସ୍ଥ୍ୟ ପ୍ରତି ନକାରାତ୍ମକ ପ୍ରଭାବ ପକାଉଥିବା ଅଧିକ ଥଣ୍ଡା, ତେଲ ମସଲା ଖାଦ୍ୟ, ଫାଷ୍ଟଫୁଡ୍‌ ଜାତୀୟ ଖାଦ୍ୟ ନ ଖାଇବା ଭଲ। ଏହାବ୍ୟତୀତ ବିନା ଡାକ୍ତରଙ୍କ ପରାମର୍ଶରେ କ୍ଷୀର ବଢାଇବା ଲାଗି କୌଣସି ଔଷଧ ଖାଇବା ଶିଶୁ ପାଇଁ ବିପଦପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri