Posted inଜାତୀୟ

ପ୍ରତ୍ୟେକ ନାଗରିକଙ୍କ ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି, ସରକାର ନେଉଛନ୍ତି ଏପରି ପଦକ୍ଷେପ ଜାଣନ୍ତୁ

ନୂଆଦିଲ୍ଲୀ,୨୮ା୯: ବର୍ତ୍ତମାନ ଦେଶର ପ୍ରତ୍ୟେକ ନାଗରିକ ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ କିପରି ରକ୍ଷା ପାଇବେ ସେ ନେଇ ଚିନ୍ତାରେ ପଡ଼ିଛନ୍ତି। ତେବେ ଦେଶର ପ୍ରତ୍ୟେକ ନାଗରିକଙ୍କୁ ଏହି ମହାମାରୀ ଏବଂ ସଂକ୍ରମଣରୁ ରକ୍ଷା କରିବାକୁ କେନ୍ଦ୍ର ସରକାର ବର୍ତ୍ତମାନ ପ୍ରସ୍ତୁତ ହେଉଛନ୍ତି। ଏହି ପର୍ଯ୍ୟାୟରେ ସରକାର ବିଚାର କରୁଛନ୍ତି ଯେ, ବଜାରରେ ମିଳୁଥିବା ଖାଇବା ତେଲରେ ଭିଟାମିନ ମିଶାଯିବା ଉଚିତ୍‌।

ଖାଦ୍ୟ ନିୟାମକ (FSSAI) ଖାଇବା ତେଲ ଉତ୍ପାଦନକାରୀମାନଙ୍କୁ ତେଲରେ ଭିଟାମିନ ‘ଏ’ ଏବଂ ‘ଡି’ ମିଶ୍ରଣ ଆବଶ୍ୟକ କରିବା ପାଇଁ ବିଚାର କରୁଛି। ଯାହା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସହାୟକ ହେବ। FSSAIର ସିଇଓ ଅରୁଣ ସିଙ୍ଗଲ କହିଛନ୍ତି ଯେ, ଭିଟାମିନ ‘ଏ’ ଏବଂ ‘ଡି’ରେ ଖାଇବା ତେଲ ମିଶାଇବା ବାଧ୍ୟତାମୂଳକ କରିବା ପାଇଁ FSSAIବିଚାର କରୁଛି। ଯାହା ଦ୍ୱାରା ଭାରତର ଲୋକମାନେ ଉନ୍ନତ ପ୍ରତିରକ୍ଷା ସୁଯୋଗ ନେଇପାରିବେ।

ଭାରତରେ ମାଇକ୍ରୋନ୍ୟୁଟ୍ରିଏଣ୍ଟର ଅଭାବ ସହିତ ପୁଷ୍ଟିହୀନତାର ଅନେକ ସମସ୍ୟା ରହିଛି। ଆମ ଦେଶରେ ଏକ ବୃହତ ଜନସଂଖ୍ୟା ଭିଟାମିନ୍‌ ‘ଏ’ ଏବଂ ‘ଡି’ ଅଭାବରେ ପୀଡିତ। ଆମ ଶରୀରରେ ଏହି ଭିଟାମିନ ଅଭାବ ଜନିତ ମୃତ୍ୟୁ, ଉତ୍ପାଦନ ଏବଂ ଅର୍ଥନୈତିକ ଅଭିବୃଦ୍ଧି ଉପରେ ପ୍ରତିକୂଳ ପ୍ରଭାବ ପକାଇପାରେ। ଭିଟାମିନ ‘ଏ’ ଏବଂ ‘ଡି’ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ ଯାହା କରୋନା ମହାମାରୀ ସମୟରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?