ଭୋଟରଙ୍କୁ ପ୍ରଭାବିତ କରିବାକୁ ଭେଳିକି

ବରଗଡ଼ ଅଫିସ୍‌,୩୦।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ଶନିବାର ୪୮୮ କୋଟି ଟଙ୍କାର ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ତେବେ ପଦ୍ମପୁର ଉପନିର୍ବାଚନ ତାରିଖ ଘୋଷଣା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଏଭଳି ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍‌ଘାଟନକୁ ଭାଜପା ସମାଲୋଚନା କରିଛି। ଉପନିର୍ବାଚନରେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାସକ ଦଳର ଏହା ଏକ ଚାଲ୍‌ ବୋଲି ଭାଜପା ଅଭିଯୋଗ କରିଛି ।
ବରଗଡ଼ ସାମ୍ବାଦିକ ଭବନ ସମ୍ମିଳନୀ କକ୍ଷରେ ଶନିବାର ଭାଜପା ପକ୍ଷରୁ ଆହୂତ ଖବରଦାତା ସମ୍ମିଳନୀରେ ବରଡ଼ ଏମ୍‌ପି ସୁରେଶ ପୂଜାରୀ କହିଥିଲେ, ପଦ୍ମପୁର ନିର୍ବାଚନମଣ୍ଡଳୀରେ ଆଉ ଅଳ୍ପଦିନ ମଧ୍ୟରେ ଉପନିର୍ବାଚନ ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି। ଏହି ଦୃଷ୍ଟିରୁ ଗତ କିଛିଦିନ ହେଲା ଶାସକ ଦଳର ନେତା, ବିଧାୟକ, ମନ୍ତ୍ରୀ ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ଡେରା ପକାଇବା ସହ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଉଦ୍ୟମ ଚଳାଇଛନ୍ତି। ଶନିବାର ୪୮୮ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନୀ, ଭିତ୍ତିପ୍ରସ୍ତର ସ୍ଥାପନ ଏହାର ଦୃଷ୍ଟାନ୍ତ ବୋଲି ସେ କହିଥିଲେ ।
ଏମ୍‌ପି ପୂଜାରୀ ଆହୁରି କହିଥିଲେ, ପଦ୍ମପୁର ନିର୍ବାଚନ ମଣ୍ଡଳୀ ସବୁବେଳେ ଉପେକ୍ଷିତ ହୋଇ ରହିଆସିଛି। ସେହି ଅଞ୍ଚଳରେ ଜଳସେଚନ, କୃଷି, ଫସଲବୀମା ଆଦି ସମସ୍ୟା ରହିଛି। କିନ୍ତୁ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ସେସବୁ ସମସ୍ୟାର ସମାଧାନ କରି ପାରିନାହାନ୍ତି। ଅନ୍ୟପଟେ ସଂସଦୀୟ ବ୍ୟବସ୍ଥାରେ ଏଭଳି ଉଦ୍‌ଘାଟନୀ, ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ସ୍ଥାନୀୟ ଏମ୍‌ପିଙ୍କୁ ଡକାଯିବା କଥା। ମାତ୍ର ସେ ନେଇ ତାଙ୍କୁ କିଛି ବି ସୂଚନା ଦିଆଯାଇନାହିଁ। ଗଣତନ୍ତ୍ରକୁ ଶାସକ ଦଳ ଗତିରୋଧ କରୁଛି ବୋଲି ପୂଜାରୀ ଅଭିଯୋଗ କରିଛନ୍ତି। ବିଜେପୁର ଉପନିର୍ବାଚନ ସମୟରେ ମଧ୍ୟ ଶାସକ ଦଳ ଅନେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍‌ଘାଟନ କରିଥିଲା। ମାତ୍ର ତାହା ସେଭଳି ରହିଛି। ପଦ୍ମପୁରରେ ମଧ୍ୟ ସେଭଳି ହେବ ଏବଂ ପଦ୍ମପୁରବାସୀ ଏଭଳି ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନରେ ଆଦୌ ପ୍ରଭାବିତ ହେବେ ନାହିଁ ବୋଲି ଏମ୍‌ପି ପୂଜାରୀ କହିଥିଲେ। ଦଳର ଜିଲା ସଭାପତି ଅଶ୍ୱିନୀ ଷଡ଼ଙ୍ଗୀ ମଧ୍ୟ ଶାସକ ଦଳର ତରବରିଆ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ ଏକ ଭେଳିକି ବୋଲି କହିଥିଲେ। ଦଳୀୟ ନେତା ରବି ନାରାୟଣ ଦାଶ, ପ୍ରୀତମ ସିଂ, ଅଶୋକ ପଣ୍ଡା, କୁଶ କୁମ୍ଭାର ପ୍ରମୁଖ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri