ତୁରନ୍ତ ଧାନ କିଣା ଟାର୍ଗେଟ ପୂରଣ କରିବାକୁ ଜିଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଧାନ କିଣା ଧିମା ରହିଛି । କେତେକ ଚାଷୀଙ୍କ ଟୋକନ ଅବଧି ସରିବାକୁ ଥିବାବେଳେ ଏହା ରଦ୍ଦ ହେବାର ଆଶଙ୍କା ଦେଖାଦେଇଛି। ଏ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ର୍ରିୟା ପ୍ରକାଶ ପାଇବା ସହ ଅସନ୍ତୋଷ ଲାଗି ରହିଛି। ଏପରିକି ଜିଲାର ବିଭିନ୍ନ ସ୍ଥାନରେ ଧାନ କିଣା ଧିମା ରହିଥିବାରୁ ଚାଷୀମାନେ ଆନ୍ଦୋଳନ କରିବାରେ ଲାଗିଛନ୍ତି । କେଉଁଠି ରାସ୍ତା ଅବରୋଧ ତ ଆଉ କେଉଁଠି ପାଣି ବନ୍ଦ ଚାଷୀମାନେ କରୁଛନ୍ତି । ଏପରିକି ଦୈନିକ ଚାଷୀମାନେ ଜିଲାପାଳଙ୍କଠାରୁ ଆରମ୍ଭ କରି ଯୋଗାଣ ଅଧିକାରୀ ଓ ସୋସାଇଟି ଅଧିକାରୀଙ୍କୁ ଭେଟି ଏହି ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରୁଥିବା ଦେଖିବାକୁ ମିଳୁଛି ।
ଅପରପକ୍ଷରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ବିଷୟକୁ ଗୁରୁତ୍ୱର ସହ ନେଇଛନ୍ତି । ତୁରନ୍ତ ଧାନ କିଣା ଟାର୍ଗେଟ ପୂରଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଦେବା ସହ ଚାଷୀଙ୍କ ସମସ୍ୟା ସମାଧାନ କରିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଦୈନିକ ୧ହଜାର କ୍ୱିଣ୍ଟାଲ ଧାନ ଗୋଟିଏ ଲେଖାଏ ମଣ୍ଡିରୁ କିଣିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଫଳରେ ଧାନ କିଣା ଟାର୍ଗେଟ ପୂରଣ ହେବ ବୋଲି ସେ କହିଛନ୍ତି । ଏଥିରେ ଖିଲାପ କଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri