ଶ୍ରମିକଙ୍କୁ ଉତ୍ସାହିତ କରିବାକୁ କୋଦାଳ ଧରିଲେ ସରପଞ୍ଚ

କେନ୍ଦୁଝର,୭।୬(ସ୍ବ.ପ୍ର): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ସାମାଜିକ କର୍ମୀ ତଥା ଯୁବ ସରପଞ୍ଚ ଶ୍ରମିକଙ୍କ ସହ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌(ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା)ରେ କାମ କରି ଚର୍ଚ୍ଚାକୁ ଆସିଥିଲେ। ଏବେ ହାଣ୍ତିଭଙ୍ଗା ସରପଞ୍ଚ ପୂର୍ଣ୍ଣମୀ ସର୍ଦ୍ଦାର ଶ୍ରମିକମାନଙ୍କ ସାଥିରେ କାମକରି ଚର୍ଚ୍ଚାକୁ ଆସିଛନ୍ତି।
ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳେ କାଠବାଉଶୁଳିଠାରେ ଚାଲିଥିବା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ପରିଦର୍ଶନରେ ପୂର୍ଣ୍ଣମୀ ଯାଇଥିଲେ। ସେଠାରେ ପ୍ରଚଣ୍ତ ଖରାରେ ଶ୍ରମିକମାନେ କୋଦାଳ ଝୁଡ଼ି ଧରି କାମ କରୁଥିବା ଦେଖିବାକୁ ପାଇଥିଲେ। ଏହି ମୂହୁର୍ତ୍ତରେ ସେ ଶ୍ରମିକମାନଙ୍କୁ ଉତ୍ସାହିତ କରିବା ପାଇଁ ନିଜେ କୋଦାଳ ଧରି କାମ କରିଥିଲେ। ଘଟଣା ପରେ ତାଙ୍କୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଉଛି। ତାଙ୍କ ସ୍ବାମୀ ନଟବର ସର୍ଦ୍ଦାର କହିଛନ୍ତି, ପୂର୍ଣ୍ଣମୀ ନିଜେ ଦିନେ ମଜୁରି କରି ଚଳୁଥିଲେ। ତେବେ ସେ ନିର୍ବାଚନ ଲଢ଼ି ସରପଞ୍ଚ ଭାବେ ବିଜୟୀ ହୋଇଛନ୍ତି। ସେ ବିଜୟୀ ହେବା ପରେ ହାଣ୍ତିଭଙ୍ଗା ପଞ୍ଚାୟତ ଅଞ୍ଚଳରେ ଉନ୍ନତିମୂଳକ କାର୍ଯ୍ୟ ଜାରି ରଖିଛନ୍ତି। ଏଥିପାଇଁ ପୂର୍ଣ୍ଣମୀ ପୂର୍ବରୁ ସଦର ବିଡିଓ ନୁପୂରଚାନ୍ଦ ଗୋଟିଆଙ୍କଠାରୁ ସମ୍ବର୍ଦ୍ଧିତ ହୋଇଛନ୍ତି। ବ୍ଲକ୍‌ର ଶ୍ରେଷ୍ଠ ସରପଞ୍ଚଭାବେ ମଧ୍ୟ ପୁରସ୍କୃତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri