ଭୁବନେଶ୍ୱର,୧୭।୩(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ଏନ୍-୩ରେ ଏକ ଘର ଦଖଲକୁ କେନ୍ଦ୍ର କରି ମଙ୍ଗଳବାର ସନ୍ଧ୍ୟାରେ ତୁମୁଳକାଣ୍ଡ ଘଟିଛି। ଜଣେ ବିଧାୟକଙ୍କ ସମ୍ପର୍କୀୟ ଘର କିଣିବାପରେ ସେଠାରେ ରହୁଥିବା ଭଡ଼ାଟିଆ ଘର ଖାଲି ନ କରିବାରୁ ଉଭୟଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଉଭୟ ପକ୍ଷଙ୍କ ଅଭିଯୋଗ ପରେ ପୋଲିସ ସେମାନଙ୍କୁ ଥାନାକୁ ଆଣି ପଚରାଉଚରା ଜାରି ରଖିଛି। ଏପରି କି ଏହି ଘଟଣା ସମ୍ପର୍କରେ ଖବର ପାଇ ଡିସିପି ଉମାଶଙ୍କର ଦାସ ଥାନାରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିବା ସହ ଉଭୟ ପକ୍ଷର ୧୪ଜଣଙ୍କୁ ଅଟକ ରଖାଯାଇଥିବା ସୂଚନା ଦେଇଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଉକ୍ତ ଘରେ ରହୁଥିବା ଭଡ଼ାଟିଆଙ୍କ ଅଭିଯୋଗ ମୁତାବକ ମଙ୍ଗଳବାର ସନ୍ଧ୍ୟାରେ ଜିପ୍ ଓ ବାଇକ୍ରେ ୧୦ ରୁ ୨୦ ଯୁବକ ଆସି ଲୁହା ଛଡ଼ ଓ କାଠ ଫାଳିଆରେ ତାଙ୍କ ଟିଭି ସହ ଅନ୍ୟ ଆସବାବପତ୍ର ପିଟି ଭାଙ୍ଗି ଦେଇଥିଲେ। ଏହାକୁ ପ୍ରତିବାଦ କରିବାରୁ ବିଧାୟକଙ୍କ ସମ୍ପର୍କୀୟ ଓ ଅନ୍ୟମାନେ ତାଙ୍କୁ ଧମକ ଦେଇଥିଲେ। ଅପରପକ୍ଷରେ ବିଧାୟକଙ୍କ ସମ୍ପର୍କୀୟାଙ୍କ ଅଭିଯୋଗ ଅନୁସାରେ ତାଙ୍କ ସ୍ବାମୀ ନୟାପଲ୍ଲୀରେ ଥିବା ଏକ ଘରକୁ କିଣିଛନ୍ତି। ଏନେଇ ମାସେ ତଳେ ଟଙ୍କା ଦେଣନେଣ ମଧ୍ୟ ସରିଛି। ଉକ୍ତ ଘରେ ପୂର୍ବରୁ ରହୁଥିବା ଭଡ଼ାଟିଆଙ୍କୁ ୭ ଦିନ ମଧ୍ୟରେ ଘର ଖାଲି କରିବାକୁ କୁହାଯାଇଥିଲା। ହେଲେ ସେ ଘର ଛାଡ଼ି ନ ଥିଲେ। ଏପରି କି ଘରର ଇଣ୍ଟେରିୟର ଡେକୋରେଟର ବାବଦକୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିଥିବାରୁ ଘର ଖାଲି କରିବାକୁ ମନା କରି ଦେଇଥିଲେ। ଇଣ୍ଟେରିୟର ବାବଦରେ ଖର୍ଚ୍ଚ କରିଥିବା ଟଙ୍କା ଫେରାଇଲେ ଘର ଖାଲି କରିବେ ବୋଲି କହିଥିଲେ। ଯାହାକୁ ନେଇ ଉଭୟ ପକ୍ଷଙ୍କ ମଧ୍ୟରେ ମଙ୍ଗଳବାର ବଚସା ହୋଇ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାରେ ଘର ବିକ୍ରି ଓ କିଣିଥିବା ଏବଂ ଭଡ଼ାରେ ରହିଥିବା ଲୋକ ପ୍ରଭାବଶାଳୀ ହୋଇଥିବାରୁ ଏହାର ସମାଧାନ ନିମନ୍ତେ ଖୋଦ୍ ଡିସିପି ଥାନାରେ ବିଳମ୍ବିତ ରାତିରେ ୩ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଚେଷ୍ଟା ଚଳାଇଥିବା ଜଣାପଡ଼ିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଉଭୟ ପକ୍ଷର ୧୪ଜଣ ଥାନାରେ ଅଟକ ଥିବାବେଳେ କୌଣସି ମାମଲା ରୁଜୁ ହୋଇନାହିଁ ବୋଲି ପୋଲିସ ସୂଚନା ଦେଇଛି।
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…
ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ରାଜ୍ୟରେ ଝଡ଼ବର୍ଷା ଆଲର୍ଟ
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…
ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ
କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…
ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ
ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…
ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…
Archives

