ଘର ଦଖଲକୁ କେନ୍ଦ୍ର କରି ତୁମୁଳକାଣ୍ଡ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ଏନ୍‌-୩ରେ ଏକ ଘର ଦଖଲକୁ କେନ୍ଦ୍ର କରି ମଙ୍ଗଳବାର ସନ୍ଧ୍ୟାରେ ତୁମୁଳକାଣ୍ଡ ଘଟିଛି। ଜଣେ ବିଧାୟକଙ୍କ ସମ୍ପର୍କୀୟ ଘର କିଣିବାପରେ ସେଠାରେ ରହୁଥିବା ଭଡ଼ାଟିଆ ଘର ଖାଲି ନ କରିବାରୁ ଉଭୟଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଉଭୟ ପକ୍ଷଙ୍କ ଅଭିଯୋଗ ପରେ ପୋଲିସ ସେମାନଙ୍କୁ ଥାନାକୁ ଆଣି ପଚରାଉଚରା ଜାରି ରଖିଛି। ଏପରି କି ଏହି ଘଟଣା ସମ୍ପର୍କରେ ଖବର ପାଇ ଡିସିପି ଉମାଶଙ୍କର ଦାସ ଥାନାରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିବା ସହ ଉଭୟ ପକ୍ଷର ୧୪ଜଣଙ୍କୁ ଅଟକ ରଖାଯାଇଥିବା ସୂଚନା ଦେଇଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଉକ୍ତ ଘରେ ରହୁଥିବା ଭଡ଼ାଟିଆଙ୍କ ଅଭିଯୋଗ ମୁତାବକ ମଙ୍ଗଳବାର ସନ୍ଧ୍ୟାରେ ଜିପ୍‌ ଓ ବାଇକ୍‌ରେ ୧୦ ରୁ ୨୦ ଯୁବକ ଆସି ଲୁହା ଛଡ଼ ଓ କାଠ ଫାଳିଆରେ ତାଙ୍କ ଟିଭି ସହ ଅନ୍ୟ ଆସବାବପତ୍ର ପିଟି ଭାଙ୍ଗି ଦେଇଥିଲେ। ଏହାକୁ ପ୍ରତିବାଦ କରିବାରୁ ବିଧାୟକଙ୍କ ସମ୍ପର୍କୀୟ ଓ ଅନ୍ୟମାନେ ତାଙ୍କୁ ଧମକ ଦେଇଥିଲେ। ଅପରପକ୍ଷରେ ବିଧାୟକଙ୍କ ସମ୍ପର୍କୀୟାଙ୍କ ଅଭିଯୋଗ ଅନୁସାରେ ତାଙ୍କ ସ୍ବାମୀ ନୟାପଲ୍ଲୀରେ ଥିବା ଏକ ଘରକୁ କିଣିଛନ୍ତି। ଏନେଇ ମାସେ ତଳେ ଟଙ୍କା ଦେଣନେଣ ମଧ୍ୟ ସରିଛି। ଉକ୍ତ ଘରେ ପୂର୍ବରୁ ରହୁଥିବା ଭଡ଼ାଟିଆଙ୍କୁ ୭ ଦିନ ମଧ୍ୟରେ ଘର ଖାଲି କରିବାକୁ କୁହାଯାଇଥିଲା। ହେଲେ ସେ ଘର ଛାଡ଼ି ନ ଥିଲେ। ଏପରି କି ଘରର ଇଣ୍ଟେରିୟର ଡେକୋରେଟର ବାବଦକୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିଥିବାରୁ ଘର ଖାଲି କରିବାକୁ ମନା କରି ଦେଇଥିଲେ। ଇଣ୍ଟେରିୟର ବାବଦରେ ଖର୍ଚ୍ଚ କରିଥିବା ଟଙ୍କା ଫେରାଇଲେ ଘର ଖାଲି କରିବେ ବୋଲି କହିଥିଲେ। ଯାହାକୁ ନେଇ ଉଭୟ ପକ୍ଷଙ୍କ ମଧ୍ୟରେ ମଙ୍ଗଳବାର ବଚସା ହୋଇ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାରେ ଘର ବିକ୍ରି ଓ କିଣିଥିବା ଏବଂ ଭଡ଼ାରେ ରହିଥିବା ଲୋକ ପ୍ରଭାବଶାଳୀ ହୋଇଥିବାରୁ ଏହାର ସମାଧାନ ନିମନ୍ତେ ଖୋଦ୍‌ ଡିସିପି ଥାନାରେ ବିଳମ୍ବିତ ରାତିରେ ୩ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଚେଷ୍ଟା ଚଳାଇଥିବା ଜଣାପଡ଼ିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଉଭୟ ପକ୍ଷର ୧୪ଜଣ ଥାନାରେ ଅଟକ ଥିବାବେଳେ କୌଣସି ମାମଲା ରୁଜୁ ହୋଇନାହିଁ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri