ଭୁବନେଶ୍ୱର, ୯ା୧(ବ୍ୟୁରୋ):ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଓ ପ୍ରକଳ୍ପଗୁଡିକୁ କାର୍ଯ୍ୟକରିବାରେ ରାଜ୍ୟ ସରକାରଙ୍କ କାର୍ଯ୍ୟକଳାପକୁ କେନ୍ଦ୍ର କ୍ୟାବିନେଟ କମିଟି ଇନଭେଷ୍ଟମେଣ୍ଟ (ସିସିଆଇ)ର ପ୍ରୋଜେକ୍ଟ ମନିଟରିଂ ଗ୍ରୁପ ପ୍ରଶଂସା କରିଛି। ଶୁକ୍ରବାର ଡିପାର୍ଟମେଣ୍ଟ ଫର୍ ପ୍ରମୋଶନ ଅଫ୍ ଇଣ୍ଡଷ୍ଟ୍ରି ଆଣ୍ଡ୍ ଇଣ୍ଟରନାଲ ଟ୍ରେଡ୍ (ଡିପିଆଇଆଇଟି) ମନ୍ତ୍ରଣାଳୟ ସଚିବ ଗୁରୁ ପ୍ରସାଦ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ବୈଠକରେ ଅନେକ ପ୍ରକଳ୍ପ ସମ୍ପର୍କିତ ଆନ୍ତଃ ରାଜ୍ୟ ସମସ୍ୟା ସମାଧାନ କରାଯାଇଛି। ବୈଠକରେ ୨୬,୬୨୦ କୋଟି ଟଙ୍କାର ୮ଟି ପ୍ରକଳ୍ପର ସମୀକ୍ଷା କରାଯାଇଥିଲା। ସେଥିରେ ୪ଟି ରେଳ ପ୍ରକଳ୍ପ ଥିବା ବେଳେ ୨ଟି ଜାତୀୟ ରାଜପଥ, ଗୋଟିଏ ଶକ୍ତି ଓ ଗୋଟିଏ ତୈଳ ଓ ଗ୍ୟାସ୍ ପ୍ରକଳ୍ପ ଅନ୍ତର୍ଭୁକ୍ତ। ପରିବେଶ ଅନୁମତି, କ୍ଷତିପୂରଣ ବନୀକରଣ, କ୍ଷତିପୂରଣ ପ୍ରଦାନ ଆଦି ଅନେକ ବିଷୟର ସମାଧାନ କରାଯାଇଛି। ଏହି ଆଲୋଚନା ସଫଳ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ଗୋଟି ଗୋଟି କରି ପ୍ରକଳ୍ପଗୁଡିକର ସମୀକ୍ଷା କରାଯାଇଛି। ପ୍ରତ୍ୟେକ ପ୍ରକଳ୍ପ ପାଇଁ ସମୟ ଧାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଓ ଅନ୍ୟାନ୍ୟ ଅଧିକାରୀ ଯୋଗ ଦେଇଥିଲେ।
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…
ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…
ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର
ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ
ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…
ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…
ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର
ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…
ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…
Archives

