ରାଜ୍ୟ ସରକାରଙ୍କୁ ସିସିଆଇର ପ୍ରଶଂସା

ଭୁବନେଶ୍ୱର, ୯ା୧(ବ୍ୟୁରୋ):ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଓ ପ୍ରକଳ୍ପଗୁଡିକୁ କାର୍ଯ୍ୟକରିବାରେ ରାଜ୍ୟ ସରକାରଙ୍କ କାର୍ଯ୍ୟକଳାପକୁ କେନ୍ଦ୍ର କ୍ୟାବିନେଟ କମିଟି ଇନଭେଷ୍ଟମେଣ୍ଟ (ସିସିଆଇ)ର ପ୍ରୋଜେକ୍ଟ ମନିଟରିଂ ଗ୍ରୁପ ପ୍ରଶଂସା କରିଛି। ଶୁକ୍ରବାର ଡିପାର୍ଟମେଣ୍ଟ ଫର୍‌ ପ୍ରମୋଶନ ଅଫ୍‌ ଇଣ୍ଡଷ୍ଟ୍ରି ଆଣ୍ଡ୍‌ ଇଣ୍ଟରନାଲ ଟ୍ରେଡ୍‌ (ଡିପିଆଇଆଇଟି) ମନ୍ତ୍ରଣାଳୟ ସଚିବ ଗୁରୁ ପ୍ରସାଦ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ବୈଠକରେ ଅନେକ ପ୍ରକଳ୍ପ ସମ୍ପର୍କିତ ଆନ୍ତଃ ରାଜ୍ୟ ସମସ୍ୟା ସମାଧାନ କରାଯାଇଛି। ବୈଠକରେ ୨୬,୬୨୦ କୋଟି ଟଙ୍କାର ୮ଟି ପ୍ରକଳ୍ପର ସମୀକ୍ଷା କରାଯାଇଥିଲା। ସେଥିରେ ୪ଟି ରେଳ ପ୍ରକଳ୍ପ ଥିବା ବେଳେ ୨ଟି ଜାତୀୟ ରାଜପଥ, ଗୋଟିଏ ଶକ୍ତି ଓ ଗୋଟିଏ ତୈଳ ଓ ଗ୍ୟାସ୍‌ ପ୍ରକଳ୍ପ ଅନ୍ତର୍ଭୁକ୍ତ। ପରିବେଶ ଅନୁମତି, କ୍ଷତିପୂରଣ ବନୀକରଣ, କ୍ଷତିପୂରଣ ପ୍ରଦାନ ଆଦି ଅନେକ ବିଷୟର ସମାଧାନ କରାଯାଇଛି। ଏହି ଆଲୋଚନା ସଫଳ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ଗୋଟି ଗୋଟି କରି ପ୍ରକଳ୍ପଗୁଡିକର ସମୀକ୍ଷା କରାଯାଇଛି। ପ୍ରତ୍ୟେକ ପ୍ରକଳ୍ପ ପାଇଁ ସମୟ ଧାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଓ ଅନ୍ୟାନ୍ୟ ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri