ରାଜ୍ୟ ସରକାରଙ୍କୁ ସିସିଆଇର ପ୍ରଶଂସା

ଭୁବନେଶ୍ୱର, ୯ା୧(ବ୍ୟୁରୋ):ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଓ ପ୍ରକଳ୍ପଗୁଡିକୁ କାର୍ଯ୍ୟକରିବାରେ ରାଜ୍ୟ ସରକାରଙ୍କ କାର୍ଯ୍ୟକଳାପକୁ କେନ୍ଦ୍ର କ୍ୟାବିନେଟ କମିଟି ଇନଭେଷ୍ଟମେଣ୍ଟ (ସିସିଆଇ)ର ପ୍ରୋଜେକ୍ଟ ମନିଟରିଂ ଗ୍ରୁପ ପ୍ରଶଂସା କରିଛି। ଶୁକ୍ରବାର ଡିପାର୍ଟମେଣ୍ଟ ଫର୍‌ ପ୍ରମୋଶନ ଅଫ୍‌ ଇଣ୍ଡଷ୍ଟ୍ରି ଆଣ୍ଡ୍‌ ଇଣ୍ଟରନାଲ ଟ୍ରେଡ୍‌ (ଡିପିଆଇଆଇଟି) ମନ୍ତ୍ରଣାଳୟ ସଚିବ ଗୁରୁ ପ୍ରସାଦ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ବୈଠକରେ ଅନେକ ପ୍ରକଳ୍ପ ସମ୍ପର୍କିତ ଆନ୍ତଃ ରାଜ୍ୟ ସମସ୍ୟା ସମାଧାନ କରାଯାଇଛି। ବୈଠକରେ ୨୬,୬୨୦ କୋଟି ଟଙ୍କାର ୮ଟି ପ୍ରକଳ୍ପର ସମୀକ୍ଷା କରାଯାଇଥିଲା। ସେଥିରେ ୪ଟି ରେଳ ପ୍ରକଳ୍ପ ଥିବା ବେଳେ ୨ଟି ଜାତୀୟ ରାଜପଥ, ଗୋଟିଏ ଶକ୍ତି ଓ ଗୋଟିଏ ତୈଳ ଓ ଗ୍ୟାସ୍‌ ପ୍ରକଳ୍ପ ଅନ୍ତର୍ଭୁକ୍ତ। ପରିବେଶ ଅନୁମତି, କ୍ଷତିପୂରଣ ବନୀକରଣ, କ୍ଷତିପୂରଣ ପ୍ରଦାନ ଆଦି ଅନେକ ବିଷୟର ସମାଧାନ କରାଯାଇଛି। ଏହି ଆଲୋଚନା ସଫଳ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ଗୋଟି ଗୋଟି କରି ପ୍ରକଳ୍ପଗୁଡିକର ସମୀକ୍ଷା କରାଯାଇଛି। ପ୍ରତ୍ୟେକ ପ୍ରକଳ୍ପ ପାଇଁ ସମୟ ଧାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଓ ଅନ୍ୟାନ୍ୟ ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?