ଟେନ୍‌ସା ଫାଣ୍ଡି ଅଧିକାରୀଙ୍କୁ ତୀରମାଡ଼

ସୁନ୍ଦରଗଡ/ଟେନ୍‌ସା/ବଣାଇଁ, ୬।୧ (ଡି.ଏନ.ଏ/ସ୍ବ.ପ୍ର): ବେଆଇନ ମଦ କାରବାର ଉପରେ ଚଢାଉ ପାଇଁ ସୁନ୍ଦରଗଡ ଜିଲା କୋଇଡା ବ୍ଲକ ଟେନସା ଫାଣ୍ଡି ଅଧୀନ ଜିରୋ ପଏଣ୍ଟ ହାଟିଂ (ବସ୍ତି)କୁ ଯାଇଥିବା ବେଳେ ଫାଣ୍ଡି ଅଧିକାରୀ ଅଶୋକ କୁମାର ବେହେରାଙ୍କୁ ତୀରମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ରାଉରକେଲା ଜେନେରାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ପୋଲିସ ଭୟରେ ଉକ୍ତ ବସ୍ତି ପୁରୁଷଶୂନ୍ୟ ହୋଇପଡିଛି ।
ସୂଚନା ଅନୁସାରେ, ଜିରୋ ପଏଣ୍ଟ ହାଟିଂ (ବସ୍ତି)ରେ ବେଆଇନ ମଦ କାରବାର ଚାଲିଥିବା ଖବର ପାଇ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟା ବେଳେ ଫାଣ୍ଡି ଅଧିକାରୀ ବେହେରା ଓ ପିସିଆର ଭ୍ୟାନ୍‌ ଡ୍ରାଇଭରଙ୍କ ସହ ସେଠାକୁ ଯାଇଥିଲେ। ବସ୍ତିରେ କିଛି ଯୁବକଙ୍କ ସହିତ ଫାଣ୍ଡି ଅଧିକାରୀ ବେହେରାଙ୍କ ଯୁକ୍ତିତର୍କ ହୋଇଥିଲା। ଏହି ସମୟରେ ବେହେରାଙ୍କୁ ଲକ୍ଷ୍ୟ କରି ବସ୍ତି ଭିତରୁ କେହି ଜଣେ ତୀରମାଡ଼ କରିଥିଲେ। ଫଳରେ ତୀରଟି ତାଙ୍କ ଡାହାଣ ପାଖ ପେଟରେ ପଶିଯାଇଥିଲା। ପିସିଆର ଭ୍ୟାନ ଡ୍ରାଇଭର ତୁରନ୍ତ ତାଙ୍କୁ ଟେନ୍‌ସା ଇସ୍ପାତ ହସ୍ପିଟାଲକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ରାଉରକେଲା ଜେନେରାଲ ହସ୍ପିଟାଲ(ଆରଜିଏଚ୍‌)କୁ ସ୍ଥାନାନ୍ତର କରାଯାଇଛି। ବରିଷ୍ଠ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri