ପୁରୀବାସୀଙ୍କୁ ଟ୍ୟାପ୍‌ରେ ସ୍ଵଚ୍ଛ ପାଣି

ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ,୨୭। ୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ସୋମବାର ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌’ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାରେ ପୁରୀ ହେଉଛି ଦେଶର ପ୍ରଥମ ସହର। ଏହା ଦ୍ୱାରା ପୁରୀବାସୀ ଟ୍ୟାପରୁ ସିଧାସଳଖ ଉଚ୍ଚମାନର ପିଇବା ପାଣି ପାଇ ପାରିବେ। ପିଇବା ପାଣିକୁ ଏବେ ଆଉ ଗଚ୍ଛିତ କରି ରଖିବା କିମ୍ବା ଫିଲ୍‌ଟର୍‌ କରିବା ମଧ୍ୟ ଆବଶ୍ୟକ ନାହିଁ। ବିଶ୍ବର କେବଳ ବଡ଼ ବଡ଼ ସହରଗୁଡ଼ିକରେ ଏଭଳି ସୁବିଧା ମିଳେ। ଏହା ଦ୍ୱାରା ପୁରୀର ଅଢେଇ ଲକ୍ଷ ଜନସାଧାରଣଙ୍କ ସମେତ ଏଠାକୁ ବର୍ଷକୁ ଆସୁଥିବା ପ୍ରାୟ ୨କୋଟି ପର୍ଯ୍ୟଟକ ଉପକୃତ ହେବେ ବୋଲି ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି।
ସାରା ଓଡ଼ିଶାର ବିକାଶ ଇତିହାସରେ ଏହା ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ଏହି ପ୍ରକଳ୍ପରେ ବଡ଼ଦାଣ୍ଡ ସମେତ ସହରର ୪ଶହ ସ୍ଥାନରେ ମୁକ୍ତ ଭାବେ ପିଇବା ପାଣିର ବ୍ୟବସ୍ଥା କରାଯାଇଛି। ପୁରୀବାସୀ ଓ ପର୍ଯ୍ୟଟକଙ୍କୁ ଆଉ ପାଣି ବୋତଲ ଧରି ବୁଲିବାକୁ ପଡିବ ନାହିଁ। ଏହାଦ୍ୱାରା ୪ଶହ ମେଟ୍ରିକ୍‌ ଟନ୍‌ ବର୍ଜ୍ୟବସ୍ତୁରୁ ମଧ୍ୟ ସହର ରକ୍ଷା ପାଇବ। ବିଶୁଦ୍ଧ ପିଇବା ପାଣିର ସ୍ବାସ୍ଥ୍ୟ, ଜୀବନଧାରଣର ମାନ ଏବଂ ଅର୍ଥନୀତି ସହ ଗଭୀର ସମ୍ପର୍କ ରହିଛି। ଐତିହ୍ୟ ସହର ପୁରୀକୁ ବିଶ୍ୱସ୍ତରୀୟ ସୁବିଧା ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ନିରନ୍ତର ପ୍ରୟାସ ଜାରି ରହିଛି। ଭଲ ପିଇବା ପାଣି ପାଇଁ ବଜେଟକୁ ୫ ବର୍ଷରେ ୨୦ ଗୁଣ ବୃଦ୍ଧି କରାଯାଇଛି। ୨୦୦ କୋଟିର ବଜେଟ ଆଜି ୪ ହଜାର କୋଟି ଟଙ୍କାରେ ପହଞ୍ଚିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୫-ଟି ମାଧ୍ୟମରେ ରାଜ୍ୟ ସରକାର ଏଭଳି ବ୍ୟବସ୍ଥା କରିଛନ୍ତି। ଆମ ଦେଶର ମେଟ୍ରୋ ସହରଗୁଡ଼ିକରେ ବି ଏଭଳି ସୁବିଧା ନାହିଁ। ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇ ପୁରୀ ସହର ଲଣ୍ଡନ, ନ୍ୟୁୟର୍କ ,ସିଙ୍ଗାପୁର ଭଳି ବିଶ୍ବର ବଡ଼ ବଡ଼ ସହର ତାଲିକାରେ ସାମିଲ ହୋଇପାରିଛି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ ଜିଲାରେ ମଧ୍ୟ ଏଭଳି କାର୍ଯ୍ୟକ୍ରମ ଚାଲୁ ରହିଛି ଓ ଆଗାମୀ ଦିନରେ ୧୬ ଜିଲାରେ ଏହା କାର୍ଯ୍ୟକାରୀ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ଉଦ୍‌ଘାଟନ ପରେ ମନ୍ତ୍ରୀ ପ୍ରଥମେ ଟ୍ୟାପ୍‌ରୁ ପାଣି ପିଇଥିଲେ। ଏହାପରେ ବଳିଆପଣ୍ଡାର ବବିନା ସରକାର ଓ ତନୁଶ୍ରୀ ବିଶ୍ୱାସ ଟ୍ୟାପ୍‌ରୁ ପାଣି ପିଇ ଏତାଦୃଶ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପକ୍ଷରେ ନିରନ୍ତର ସେବା ଯୋଗାଇ ଦେବାକୁ ପ୍ରତ୍ୟେକ ୱାର୍ଡରେ ଜଳସାଥୀ ନିୟୋଜିତ ହେବେ। ଏପର୍ଯ୍ୟନ୍ତ ପ୍ରାୟ ୩୨ହଜାର ନୂଆ ସଂଯୋଗ ଦିଆଯାଇଥିବା ପୁରୀ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ଗୃହ ନିର୍ମାଣଓ ନଗର ବ୍ୟାପାର ସଚିବ ଦୁର୍ଗାଶଙ୍କର ମିଶ୍ର କହିଥିଲେ ଯେ ଶ୍ରାବଣ ମାସର ପ୍ରଥମ ସୋମବାର ମହାପ୍ରଭୁ ଜଗନ୍ନାଥଙ୍କ ସହର ପୁରୀରେ ଦେଶର ସର୍ବପ୍ରଥମ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ପ୍ରକଳ୍ପ କାର୍ଯ୍ୟକାରୀ ହେବା ଗୌରବର କଥା। ଏହା ଭାରତର ଅନ୍ୟ ସହରଗୁଡିକ ପାଇଁ ଉଦାହରଣ ସୃଷ୍ଟି କରିଛି। ପୁରୀ ବଳିଆପଣ୍ଡାଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ସାକ୍ଷୀଗୋପାଳ ବିଧାୟକ ଉମାକାନ୍ତ ସାମନ୍ତରାୟ ଏବଂ ଜିଲାପାଳ ସମର୍ଥ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିବା ବେଳେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି.ମାଥିଭାଥନନ୍‌ ସ୍ବାଗତ ଭାଷଣ ଏବଂ ୱାଟ୍‌କୋ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ୍ତ କୁମାର ସ୍ବାଇଁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?