ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ରେ ଅବସ୍ଥିତ ପାରସାଲି ପଞ୍ଚାୟତରେ ବସବାସ କରୁଥିବା ଡଙ୍ଗରିଆ କନ୍ଧ ସମ୍ପ୍ରଦାୟ ଆଜି ବି ମୌଳିକ ସୁବିଧାରୁ ବଞ୍ଚିତ ରହିଥିବା ଅଭିଯୋଗ ହୋଇଛି। ଏଠାରେ ବହୁ ବିପିଏଲ୍‌ ହିତାଧିକାରୀ ରହିଥିଲେ ହେଁ ଗାଁ ନିକଟରେ ମିଳିପାରୁନାହିଁ ଚାଉଳ। ଟଙ୍କିକିଆ ଚାଉଳ ପାଇଁ ଲାକପଦର ଗ୍ରାମରୁ ୧୫ କି.ମି. ଦୂରରେ ଅବସ୍ଥିତ ପାରସାଲି ପଞ୍ଚାୟତ କାର୍ଯ୍ୟାଳୟକୁ ଆସିବାକୁ ପଡ଼ୁଛି। ଫଳରେ ଅଯଥା ଗାଡ଼ି ଖର୍ଚ୍ଚ ଦେବାକୁ ପଡ଼ୁଛି ବୋଲି ଲାକପଦର ଗ୍ରାମବାସୀ କହିଛନ୍ତି। ତେଣୁ ନିକଟରେ ଚାଉଳ ବଣ୍ଟନ ପାଇଁ ଦୀର୍ଘ ଦିନରୁ ସେମାନେ ଦାବି କରିଆସୁଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଅଞ୍ଚଳବାସୀ କହିଛନ୍ତି।
ଏପରିକି କଲ୍ୟାଣସିଂହପୁରଠାରୁ ଲାକପଦରୁ କୌଣସି ସରକାରୀ ବସ୍‌ ସେବା ଉପଲବ୍ଧ ନ ଥିବାରୁ ଲୋକେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ନ ଥିବା କାରଣରୁ ଲୋକେ ପାହାଡ଼ିଆ ଝରଣା ପାଣି ପିଇବାକୁ ବାଧ୍ୟ ହେଉଛନ୍ତି। ଗୁଣାତ୍ମକ ସ୍ବାସ୍ଥ୍ୟସେବା ମଧ୍ୟ ମିଳୁନାହିଁ। ଗମନାଗମନ ପାଇଁ ରହିଥିବା ରାସ୍ତା ଅବସ୍ଥା ଶୋଚନୀୟ। ରାସ୍ତା ନିର୍ମାଣ ନିମ୍ନମାନର ହେଉଥିବା ବେଳେ ଏଯାବତ୍‌ ନିର୍ମାଣ ଶେଷ ହୋଇନାହିଁ ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ସମୟକ୍ରମେ ରାଜ୍ୟ ସରକାର ବିଭିନ୍ନ ଉନ୍ନୟନ ଯୋଜନା କରୁଥିଲେ ହେଁ ଏହା କେବଳ କାଗଜପତ୍ରରେ ସୀମିତ ରହିଯାଉଛି ବୋଲି ଡଙ୍ଗରିଆମାନେ କହିଛନ୍ତି। ପାରସାଲି ପଞ୍ଚାୟତର ଲାକପଦର, ପଟାଙ୍ଗପଦର, ଡଙ୍ଗାମାଟି, ଗୁମା, ଲାମ୍ବା ଗ୍ରାମବାସୀ ସେମାନଙ୍କ ସମସ୍ୟାକୁ ନେଇ ବାରମ୍ବାର ଜିଲା ପ୍ରଶାସନ ନିକଟରେ ଜଣାଉଥିଲେ ମଧ୍ୟ କୌଣସ ସୁଫଳ ମିଳୁ ନ ଥିବା ପ୍ରକାଶ କରିଛନ୍ତି। ତେଣୁ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେଇ ଅଞ୍ଚଳକୁ ସମସ୍ତ ମୌଳିକ ସୁବିଧା ଯୋଗାଇଦେବାକୁ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?