କାହାକୁ ପଠାଯିବ ରାଜ୍ୟ ସଭା, ତୋମାର କହିଲେ…

ଭୁବନେଶ୍ୱର, ୧୪।୨(ସୁନିତ୍‌ ମିଶ୍ର): ୨୦୨୬ ଏପ୍ରିଲରେ ଖାଲି ହେବାକୁ ଥିବା ୪ ରାଜ୍ୟ ସଭା ଆସନରୁ ୩ଟି ଭାଜପା ଦଖଲ କରିବ। ସେଥିପାଇଁ ରଣନୀତି ପ୍ରସ୍ତୁତ ସରିଛି। ଦଳ କେଉଁମାନଙ୍କୁ ପ୍ରାର୍ଥୀ କରିବ ତା’ର ନିଷ୍ପତ୍ତି ସଂସଦୀୟ ବୋର୍ଡ ହିଁ ନେବ ବୋଲି ଭାଜପା ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର କହିଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ତୋମାର କହିଛନ୍ତି, କାହାକୁ ରାଜ୍ୟ ସଭା ପଠାଯିବ ତା’ର ନିଷ୍ପତ୍ତି କେନ୍ଦ୍ର ନେବ। ସେ କାମ ରାଜ୍ୟ ନେତାମାନଙ୍କର ନୁହେଁ। ଦଳର ରଣନୀତି ପ୍ରସ୍ତୁତ ହେଇସାରିଛି ୩ଟି ଆସନରେ ନିଶ୍ଚୟ ଭାଜପା ଜିତିବ ବୋଲି ଆଶା ଅଛି। ସମସ୍ତେ ଭାଜପା ସହ ଯିବାକୁ ଚାହୁଁଛନ୍ତି। ତେଣୁ ସମୟ ଆସିଲେ ୩ଟି ଯାକ ଆସନ ଭାଜପା କେମିତି ନେଲା ସମସ୍ତେ ଜାଣିବେ ବୋଲି ତୋମାର କହିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟ ସଭାରେ ଥିବା ମୁଜିବୁଲ୍ଲା ଖାନ(ମୁନା), ନିରଞ୍ଜନ ବିଶି, ସୁଜିତ୍‌ କୁମାର ଏବଂ ମମତା ମହନ୍ତଙ୍କ କାର୍ଯ୍ୟକାଳ ଶେଷ ହେବ। କିଛି ମାସ ତଳେ ମମତା ଏବଂ ସୁଜିତ୍‌ କୁମାର ବିଜେଡିରୁ ଛାଡ଼ିବା ସହିତ ରାଜ୍ୟ ସଭା ପଦରୁ ଇସ୍ତଫା ଦେଇଥିଲେ। ପରବର୍ତ୍ତୀ ସମୟରେ ଏହି ଦୁଇ ଆସନ ଲାଗି ଉପନିର୍ବାଚନ ହେବା ସହ ଭାଜପା ବିଜେଡିରୁ ଆସିଥିବା ୨ ଜଣଙ୍କୁ ପ୍ରାର୍ଥୀ କଲା ଏବଂ ଉଭୟ ପୁଣିଥରେ ରାଜ୍ୟ ସଭାକୁ ନିର୍ବାଚିତ ହେଲେ। ସଂଖ୍ୟା ଦୃଷ୍ଟିରୁ ବିଜେଡି ଗୋଟିଏ ଏବଂ ଭାଜପା ୨ଟି ଆସନରେ ବାଜିମାତ କରିବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଇପାରେ। ହେଲେ ଯେଉଁ ୪ର୍ଥ ଆସନ ରହିଛି ସେଥିପାଇଁ ସଂଖ୍ୟା ଦୃଷ୍ଟିରୁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ଭିତରେ ରାଜନୈତିକ ଲଢ଼େଇ ହେବ। ଏବେ ଏହି ଆସନକୁ ଭାଜପା ସୁନିଶ୍ଚିତ ଜିତିବ ବୋଲି ଆଗୁଆ ଦାବି କରିବା ଆରମ୍ଭ କରିଛି। କିଛିଦିନ ତଳେ ଭାଜପା ନେତା ତଥା ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ସମାନ ଦାବି କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri