ଆଜି ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୫ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୨୭୮ରେ ପହଞ୍ଚିଛି।